ବିଭିନ୍ନ ଦାବିରେ ଗ୍ରାମବାସୀଙ୍କ ରେଳରୋକୋ ଆନ୍ଦୋଳନ

ବଅଁରପାଳ,୨୪ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ କୁକୁଡାଙ୍ଗ ପଞ୍ଚାୟତର ଟେଣ୍ଟଲୋଇ ଗ୍ରାମବାସୀ ବିଭିନ୍ନ ଦାବି ନେଇ ଗୁରୁବାର ରେଳରୋକୋ ଆନ୍ଦୋଳନ କରିଛନ୍ତି। ଗ୍ରାମବାସୀ ନାଲ୍‌କୋ-ଭରତପୁର ରେଳ ଲାଇନ୍‌ ଉପରେ ବସି ଏହି ଆନ୍ଦୋଳନ କରିଛନ୍ତି। ଫଳରେ ଆଜି ନାଲ୍‌କୋ ପ୍ଲାଣ୍ଟକୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ସିପିପି ପ୍ଲାଣ୍ଟକୁ କୌଣସି କୋଇଲା ବୋଝେଇ ଟ୍ରେନ୍‌ ଯାଇ ପାରି ନ ଥିଲା। ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଟେଣ୍ଟଲୋଇ ଗ୍ରାମ ନାଲ୍‌କୋର ଏକ ପାରିପାର୍ଶ୍ୱିକ ଗ୍ରାମ ମଧ୍ୟରେ ଅନ୍ତର୍ଭୁକ୍ତ। ମାତ୍ର ଏହି ଗ୍ରାମରେ ରାସ୍ତାଘାଟ, ପାନୀୟ ଜଳ ଏବଂ ବିଜୁଳି ପରି ଅନେକ ସମସ୍ୟା ଲାଗି ରହିଛି। ସାହିକୁ ଆସିଥିବା ବିଭିନ୍ନ ରାସ୍ତା ଶୋଚନୀୟ ହୋଇପଡ଼ିଛି। ସେହିପରି ନାଲ୍‌କୋ ପାଉଁଶ ପୋଖରୀର ଅତି ନିକଟରେ ରହିଛି ଏହି ଗ୍ରାମ। ଅନେକ ସମୟରେ ପାଉଁଶ ଗୁଣ୍ଡ ଉଡୁଛି। ନାଳରେ ପାଉଁଶ ପାଣି ଯିବା ଦ୍ୱାରା ପାଣି ପ୍ରଦୂଷିତ ହେଉଛି। ସେହିପରି ଏହି ପାଣି ଯିବା ଦ୍ୱାରା ଧୀରେ ଧୀରେ ନଦୀକୂଳ ଖାଉଛି। ଏସବୁ ସମସ୍ୟା ନେଇ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କୁକୁଡ଼ାଙ୍ଗର ପୂର୍ବତନ ସରପଞ୍ଚ ଅମୀୟ ତ୍ରିପାଠୀ, ଧରଣୀଧର ନାୟକ, ସ୍ବାଗତ ନାୟକ, ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲୁରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri