ମୃତ ଗର୍ଭବତୀଙ୍କ ଶବକୁ ଅନ୍ତିମ ସଂସ୍କାର ବଦଳରେ ଗଛରେ ବାନ୍ଧିଦେଲେ ଗ୍ରାମବାସୀ

କୁର୍ନୋଲ, ୨୯।୬- ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ଏକ ଚରମ ଅମାନବୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଜଣେ ଗର୍ଭବତୀଙ୍କ ମୃତ୍ୟୁ ହେବାପରେ ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କର ଶବକୁ ଅନ୍ତିମ ସଂସ୍କାର କରିବା ବଦଳରେ ଜଙ୍ଗଲ ମଧ୍ୟରେ ଗଛରେ ବାନ୍ଧି ଦେଇ ପଳାଇ ଆସିଛନ୍ତି। ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଗ୍ରାମବାସୀ ଏଭଳି କରିଥିବା ଜଣାପଡ଼ିଛି। ଘଟଣାରୁ ଜଣାପଡ଼ିଛି ଯେ, କୁର୍ନୋଲ ଜିଲାର ରୁଦ୍ରଭରମ ଅଞ୍ଚଳର ଧମେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ ସ୍ତ୍ରୀ ଲାବଣ୍ୟ ୯ ମାସର ଗର୍ଭବତୀ ଥିଲେ। ପ୍ରସବ ଯନ୍ତ୍ରଣା ହେବାରୁ ଗତ ଶୁକ୍ରବାର ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ତେବେ ସେଠାରେ ପ୍ରସବ ପୂର୍ବରୁ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା। ଏହାପରେ ମହିଳାଙ୍କ ପରିବାର ଲୋକେ ଶବକୁ ଧରି ଗ୍ରାମକୁ ଆସିଥିଲେ। ରୀତିନୀତି ଅନୁଯାୟୀ ଅନ୍ତିମ ସଂସ୍କାର ପାଇଁ ପରିବାର ଲୋକେ ପ୍ରସ୍ତୁତି ଆରମ୍ଭ କରିଦେଇଥିବାବେଳେ ଗ୍ରାମବାସୀମାନେ ଏହାକୁ ବିରୋଧ କରିଥିଲେ। ‘ଯେହେତୁ ମହିଳାଙ୍କ ପେଟରେ ସନ୍ତାନ ରହିଛି ତେଣୁ ତାଙ୍କର ଅନ୍ତିମ ସଂସ୍କାର ହୋଇପାରିବ ନାହିଁ। ଯଦି ଅନ୍ତିମ ସଂସ୍କାର କରାଯାଏ ତେବେ ଗ୍ରାମ ପାଇଁ ଅମଙ୍ଗଳ ହେବ’ ବୋଲି ଗ୍ରାମର ମୁଖିଆ କହିଥିଲେ। ଏହାପରେ ପରିବାର ଲୋକ ଓ ଗ୍ରାମବାସୀ ମିଶି ମହିଳାଙ୍କ ଶବକୁ ଜଙ୍ଗଲକୁ ନେଇ ଏକ ରଶି ସହାୟତାରେ ଗଛରେ ବାନ୍ଧି ଦେଇ ପଳାଇ ଆସିଥିଲେ। ତେବେ ରବିବାର ଦିନ ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅନ୍ୟ କିଛି ଗ୍ରାମର ଲୋକ ଜଙ୍ଗଲରେ ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ମହିଳାଙ୍କ ଶବ ଦେଖିଥିଲେ। ଏହି ଭୟଙ୍କର ଦୃଶ୍ୟକୁ ଦେଖି ଗ୍ରାମବାସୀ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ ପକ୍ଷରୁ ମହିଳାଙ୍କ ଅନ୍ତିମ ସଂସ୍କାର କରାଯାଇ ଘଟଣାର ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri