ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ ବୋଲି ମତ ଦେଇଛନ୍ତି। ଏପରିକି ଆଗାମୀ ଦିନରେ ଓଡ଼ିଶାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ଭୋଟ ଦେବୁ ନାହିଁ ବୋଲି ପ୍ରକାଶ କରିଛନ୍ତି। ଓଡ଼ିଶାର ଏହି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆମେ ୧୦ ଖଣ୍ଡ ଗ୍ରାମର ଲୋକ ଭୋଟଦେବୁ ନାହିଁ। ଆନ୍ଧ୍ର ସରକାରଙ୍କ ପକ୍ଷରୁ ଆମକୁ ଯେପରି ସହଯୋଗ କରାଯାଉଛି ସେହିପରି ସହଯୋଗ ଓଡ଼ିଶା ସରକାରଙ୍କ ପକ୍ଷରୁ କରାଯାଉନାହିଁ। ବର୍ତ୍ତମାନ ପଞ୍ଚାୟତ ନିର୍ବାଚନ ଥିବାରୁ ଓଡ଼ିଶାର କୋରାପୁଟ ଜିଲା ପ୍ରଶାସନ ତଥା ସ୍ଥାନୀୟ ବ୍ଲକ ପ୍ରଶାସନ ଆମମାନଙ୍କ ନିକଟରେ ବାରମ୍ବାର ପହଞ୍ଚି ବିଭିନ୍ନ ପ୍ରତିଶ୍ରୁତି ଦେଉଛି। ଏହିପରି ମତ ରଖିଛନ୍ତି କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମର ସୋଢା ପେଲି ବିଶୁଙ୍କ ସମେତ ଅନ୍ୟମାନେ।

ଆନ୍ଧ୍ରର ସାଲୁର ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ସେମାନେ ଉପସ୍ଥିତ ଗଣମାଧ୍ୟମ ନିକଟରେ ଏହା କହିଛନ୍ତି। ଗ୍ରାମବାସୀଙ୍କ ମତାମତର ତଦନ୍ତ ହେବାର ଆବଶ୍ୟକତା ରହିଛି। ଏହା ଯଦି ସତ୍ୟ ହୋଇଥାଏ ବେଳହୁଁ ସମାଧାନ ରହିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ ବୋଲି ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବିନୋଦ ମହାପାତ୍ର ଏବଂ ପଟ୍ଟାଙ୍ଗୀ ବ୍ଲକ ସଭାପତି ଶରତ କୁମାର ଧଳ କହିଛନ୍ତି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ସ୍ଥାନୀୟ ବିଡିଓ ସୌମ୍ୟ ସାର୍ଥକ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରାଯିବାରୁ ସେ କହିଲେ, ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସେଠାରେ ହୋଇଛି। କିଛି କାମ ମଧ୍ୟ ନିର୍ମାଣାଧୀନ ରହିଛି। ସୀମାନ୍ତ ଲୋକଙ୍କ ପ୍ରତ୍ୟେକ ସମସ୍ୟା ଉପରେ ବ୍ଲକ ପ୍ରଶାସନ ଦୃଷ୍ଟି ରଖିଛି। ମଙ୍ଗଳବାର ଘଟଣା ଉପରେ ଆମେ ଗୁରୁତ୍ୱ ଦେବୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri