ଶହୀଦ ଡୋଳାମଣିଙ୍କୁ ମନେପକାଇଲେ ଗ୍ରାମବାସୀ

କେସିଙ୍ଗା,୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କଶ୍ରୁପଡା ଗ୍ରାମସ୍ଥିତ ମାର୍କେଟ କମ୍ପ୍ଲେକ୍ସ ଠାରେ ସ୍ଥାପିତ ଗ୍ରାମର ଶହୀଦ ଯବାନ ଡୋଳାମଣି ସାଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ତାଙ୍କର ବଳିଦାନ ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। ସେ ୧୯୯୭ ଜୁଲାଇ ୧ ତାରିଖରେ ଭାରତୀୟ ସେନାରେ କାର୍ଯ୍ୟରତ ଅବସ୍ଥାରେ ସିପାହୀ ଶ୍ରୀ ସା ବୀରଗତିପ୍ରାପ୍ତ ହୋଇଥିଲେ।
ଏ ଅବସରରେ ସ୍ଥାନୀୟ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ଏନସିସି ଶିକ୍ଷକ ତିରମ ସୁନାନୀଙ୍କ ତତ୍ତ୍ୱାବଧାନରେ ଜଳ ଓ ଆକାଶ ବାହିନୀର କ୍ୟାଡେଟ୍‌ମାନେ ଅଂଶଗ୍ରହଣ କରିଥିଲେ। ଶହୀଦଙ୍କ ପରିବାର ଓ ସ୍ଥାନୀୟ ଉଦ୍ୟୋକ୍ତାଙ୍କ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସରପଞ୍ଚ ଅରୁଣା ନାଗ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ,ପୂର୍ବତନ ଶିକ୍ଷକ ଚୈତନ୍ୟ ଭୋଇ ଶହୀଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ପରେ ଗୋଟିଏ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ସ୍ବର୍ଗତ ଯବାନଙ୍କ ଭାଇ ବିଭୁତି ସା, ବୈବସୁତ ସା, ମୀନକେତନ ସା, ଚନ୍ଦ୍ରଶେଖର ସା, ପୁତୁରା ଅରୂପ ସା, ପୂର୍ବତନ ସରପଞ୍ଚ ଦିଲ୍ଲୀପ ସାହୁ,ବିଜୟ ଭୋଇ,ମାନସରଞ୍ଜନ ରଥ କିଶୋର ଘିଭେଲା,ପପୁ ମିଶ୍ର,ଅବସରପ୍ରାପ୍ତ ଶିକ୍ଷକ ସଞ୍ଜୟ ଭୋଇ,ନରେଶ ଭୋଇ,କୁନା ଷଡ଼ଙ୍ଗୀ,ପ୍ରଶାନ୍ତ ଭୋଇଙ୍କ ସମେତ ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶିକ୍ଷକ ଗୋବିନ୍ଦ ବ୍ରହ୍ମା କାର୍ଯ୍ୟକ୍ରମ ସଂଯୋଜନା ସହିତ ଶହୀଦଙ୍କ ସ୍ମୃତିଚାରଣ କରି ଛାତ୍ରୀଛାତ୍ରୀମାନଙ୍କୁ ଦେଶସେବା ସକାଶେ ନିଜକୁ ଗଠନ କରିବା ପାଇଁ ଉଦବୋଧନ ଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସୁଶ୍ରୀସ୍ମିତା ପ୍ରଧାନ ଓ ପ୍ରିୟଙ୍କା ବିଶି ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ

ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ...

କାର୍‌-ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି।...

ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା

ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍‌ ଏବଂ...

ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର

ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର...

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍...

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri