ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ ଡେମୁପଡା ଗ୍ରାମରୁ ଗୋଟିଏ ଅଜଗର ସାପ ଉଦ୍ଧାର କରିଥିଲାବେଳେ ବଡ଼ଗାଁର ଭିଖୁ ଅଗ୍ରୱାଲଙ୍କ ଗୋଦାମ ରୁ ଗୋଟିଏ ଅଜଗର ସାପ ଉଦ୍ଧାର କରିଥିଲେ। ଆଜି ପୁଣି ମହପଡା ଗାଁ ନିକଟ ବିଲରେ ଥିବା ଏକ ଆଠ ଫୁଟ ଲମ୍ବର ଅଜଗର ସାପକୁ ଗ୍ରାମର ଦୁବରାଜ ମାଝୀ, ସୁବାଷ ଲାକ୍ରା ଓ ମନମୋହନ ମିଞ୍ଜ ଉଦ୍ଧାର କରିଛନ୍ତି।

ଗ୍ରାମବାସୀଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସକାଳ ଆଠଟାରେ ବିଲକୁ କାମ କରିବାକୁ ଯାଇଥିବା କେତେକ ବ୍ୟକ୍ତି ସାପକୁ ଦେଖିଥିଲେ। ଏହାପରେ ଗ୍ରାମର ବୟସ୍କ ବ୍ୟକ୍ତି ଦୁବରାଜ ମାଝୀଙ୍କ ସହିତ ଯୁବକ ମାନେ ଅଜଗର ସାପକୁ ଧରିଥିଲେ। ସ୍ଥାନୀୟ ସରପଞ୍ଚ ଜୋଗିନ୍ଦ୍ର କିସାନ ଏ ସଂପର୍କରେ ବନ ବିଭାଗ କର୍ମଚାରୀଙ୍କୁ ସୂଚିତ କରିଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri