ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର ସରକାରୀ ଶ୍ମଶାନ ଓ ସ୍କୁଲ ଜମିକୁ ଜଣେ ବ୍ୟକ୍ତି ବେଆଇନ ଭାବେ କବ୍‌ଜା କରିଥିବା ପ୍ରତିବାଦରେ ଶୁକ୍ରବାର ଶତାଧିକ ମହିଳା ଓ ପୁରୁଷ ଥାନା ଘେରାଉ କରିବା ସହ ତହସିଲଦାରଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଅଭିଯୋଗ ଅନୁଯାୟୀ, ପିତମାଣ୍ଡି ଗ୍ରାମର ହରିଶ୍ଚନ୍ଦ୍ର ନାଏକ ଦୀର୍ଘ ଦିନ ଧରି ଗ୍ରାମର ଶ୍ମଶାନ, ସ୍କୁଲ ଓ କିଛି ନିରୀହ ଲୋକଙ୍କ ନିଜସ୍ବ ଜମିକୁ ଜବରଦସ୍ତ ମାଡ଼ି ବସିଛନ୍ତି। ଏହାକୁ ବିରୋଧ କଲେ ଅଭିଯୁକ୍ତ ଜଣଙ୍କ ଧାରୁଆ ଅସ୍ତ୍ର ଦେଖାଇ ଜୀବନରୁ ମାରିଦେବାକୁ ଧମକ ଦେଉଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। “ସରକାରୀ ଜମିରେ ବିଦ୍ୟାଳୟ ନିର୍ମାଣ ହେଲେ ଆମ ପିଲାଙ୍କ ଭବିଷ୍ୟତ ଗଢ଼ି ହେବ, କିନ୍ତୁ ଅଭିଯୁକ୍ତ ଏଥିରେ ବାଧା ସୃଷ୍ଟି କରୁଛନ୍ତି” ବୋଲି ଲୋକେ କ୍ଷୋଭ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ, ଏନେଇ ଥାନାରେ ମାମଲା ରୁଜୁ ହୋଇଥିଲେ ହେଁ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନ ଥିବାରୁ ଲୋକେ ଥାନା ଫାଟକ ସମ୍ମୁଖରେ ହୋହଲ୍ଲା କରିଥିଲେ। ପୋଲିସର ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପରେ ଗ୍ରାମବାସୀ ତହସିଲଦାରଙ୍କୁ ସାକ୍ଷାତ କରି ଜମି ଜବରଦଖଲ ମୁକ୍ତ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି। ଯଦି ଶୀଘ୍ର ପଦକ୍ଷେପ ନିଆ ନ ଯାଏ, ତେବେ ରାଜରାସ୍ତାରେ ଅନଶନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏହି ଅବସରରେ ସରପଞ୍ଚ ଧ୍ରୁବକାନ୍ତ ମାଝୀଙ୍କ ସମେତ ଶୁକ୍ରୁ ମାଝୀ, ସନ୍ତୋଷ କୁମାର ମାଝୀ ଓ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri