ଗୋରକ୍ଷକଙ୍କ ଉପରକୁ ଗୁଳି ଚଳାଇଲେ ଗୋତସ୍କର, ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବୈଶିଙ୍ଗା,୨୯।୪(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଦିନକୁ ଦିନ ଗୋରୁ ଚୋରା ଚାଲାଣ ବୃଦ୍ଧି ପାଉଥିବା ବେଳେ ଏହି ଗ୍ୟାଙ୍ଗ ସହ ଜଡ଼ିତ ଅସାମାଜିକ ବ୍ୟକ୍ତିମାନଙ୍କର ଉତ୍ପାତ ମଧ୍ୟ ବଢ଼ି ଚାଲିଛି । ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ କିଛି ଗୋମାଫିଆ ଯୁଗପୁରା, ଯାମୁନଣ୍ଡା, କଦଳିଆ ରାସ୍ତାରେ ଶୋଇଥିବା ଗୋରୁମାନଙ୍କୁ ଚୋରି କରି ଏକ ଭ୍ୟାନ ଭିତରେ ଭର୍ତ୍ତି କରୁଥିବା ବେଳେ ଗ୍ରାମବାସୀମାନେ ପହଞ୍ଚି ଯାଇଥିଲେ।

ଫଳରେ ଗୋରୁ ଗୁଡିକୁ ଛାଡ଼ିଦେଇ ଫେରାର ହୋଇଯାଇଥିଲେ। ସେମାନେ ମୁଖ୍ୟ ରାସ୍ତାରେ ନଯାଇ ଯୁଗପୁରାରୁ ଜାମୁନଣ୍ଡା ଓ କଦଳିଆ ରାସ୍ତାରେ ପଳାଇ ଯାଇଥିଲେ। ଗ୍ରାମବାସୀମାନେ ସେମାନଙ୍କୁ ବାଇକ ଯୋଗେ ପିଛା କରିଥିଲେ। ତେବେ କଦଳିଆ ଛକ ନିକଟରେ ଗୋରକ୍ଷକ ଯୁବକ ରମେଶ ବିଶ୍ବାଳ ଓରଫ ଦିପୁ ଓ ତାଙ୍କ ସହଯୋଗୀମାନେ ଗୋରୁ ଚୋରି ଉବ୍ଦେଶ୍ୟରେ ଆଣିଥିବା ଗାଡ଼ିକୁ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ସେମାନଙ୍କୁ ସୁରକ୍ଷା ଯୋଗାଇ ପଛରୁ ଆସୁଥିବା ଦୁଇଟି ବାଇକରେ ଥିବା ଯୁବକମାନେ ଗୋରକ୍ଷକଙ୍କ ଉପରକୁ ୨ ରାଉଣ୍ଡ ଗୁଳିଚାଳନା କରିଥିଲେ ଏବଂ ସେଠାରେ ଭ୍ୟାନ ଛାଡ଼ିଦେଇ ଡ୍ରାଇଭରକୁ ସାଙ୍ଗରେ ନେଇ ଚମ୍ପଟ ମାରିଥିଲେ।

ପରେ ପରିବାର ଲୋକ ପହଞ୍ଚି ଆହତ ଦିପୁଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ନେଇ ଚିକିତ୍ସା କରାଇଥିଲେ । ତେବେ ଆଜି ସକାଳେ ଗ୍ରାମବାସୀମାନେ ଭ୍ୟାନଟିକୁ ଜଳୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ବୈଶିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ କରିଛି । ଅନ୍ୟପଟେ ଗୋମାଫିଆଙ୍କ ଆତଙ୍କରେ ଭୟଭୀତ ହୋଇପଡିଛନ୍ତି ଅଞ୍ଚଳବାସୀ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?