ପାଣି ପାଇଁ ଛଟପଟ ଗ୍ରାମବାସୀ

ଝାରସୁଗୁଡ଼ା,୧୫।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ସଦର ବ୍ଲକ ଅଧୀନ କୁ. କଣ୍ଟାପାଲି ଗ୍ରାମରେ ଥିବା ଜଳ ଯୋଗାଣ ବିଭାଗ ଟ୍ରାନ୍ସଫର୍ମର ଗତ ବୁଧବାର ରାତିଠାରୁ ଚୋରି ହୋଇଯାଇଛି। କିନ୍ତୁ ଆଜିକୁ ୭ ଦିନ ବିତିଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଜଳ ଯୋଗାଣ ପାଇଁ କୌଣସି ବ୍ୟବସ୍ଥା କରାଯାଇ ନାହିଁ। ଫଳରେ କୁ. କଣ୍ଟାପାଲି ଗ୍ରାମବାସୀ ପିଇବା ପାଣି ପାଇଁ ନାହିଁ ନ ଥିବା ସମ୍ମୁଖୀନ ହେଉଛନ୍ତି।

ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଗତ ବୁଧବାର ରାତିରେ ଗାଁମୁଣ୍ଡରେ ଥିବା ଜଳ ଯୋଗାଣ ବିଭାଗ ଟ୍ରାନ୍ସଫର୍ମର ଖୋଲି ସେଥିରେ ଥିବା ମୂଲ୍ୟବାନ ଧାତୁକୁ ଚୋରମାନେ ନେଇ ଯାଇଥିଲେ। ସକାଳୁ ଗ୍ରାମବାସୀ ଟ୍ରାନ୍ସଫର୍ମର ଚୋରି ହୋଇଥିବା ଦେଖି ବଡମାଳ ଥାନାରେ ଅଭିଯୋଗ କରିବାକୁ ଯାଇଥିଲେ।

ବଡ଼ମାଳ ପୋଲିସ ଏହି ମାମଲା ସ୍ଥାନୀୟ ସରପଞ୍ଚ କରିବେ ବୋଲି କହିଥିଲେ। ଏହାପରେ ଗ୍ରାମବାସୀ ହିର୍ମା ସରପଞ୍ଚଙ୍କ ପାଖକୁ ଯିବାରୁ ସେ ଏହି ମାମଲା ବିଦ୍ୟୁତ୍‌ ବିଭାଗ କରିବ ବୋଲି କହିଥିଲେ। ଏପରି ପ୍ରଚଣ୍ଡ ଖରା ସାଙ୍ଗକୁ ଗରମରେ ଗ୍ରାମବାସୀ ଉତ୍କଟ ଜଳ ସଙ୍କଟର ସମ୍ମୁଖୀନ ହୋଇ ଏ କାର୍ଯ୍ୟାଳୟରୁ ସେ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଉଥିବା କୁ. କଣ୍ଟାପାଲିର ଗ୍ରାମବାସୀ କହିଛନ୍ତି।

ଝାରସୁଗୁଡାରେ ବର୍ତ୍ତମାନ ଗରମରେ ପ୍ରଶାସନ ଲୋକଙ୍କୁ ପିଇବା ପାଣି ପରି ଏକ ସମ୍ବେଦନଶୀଳ ଘଟଣାରେ ଏତେ ବିଳମ୍ବ କରିବା ଲୋକଙ୍କ ମନକୁ ଢେର କଷ୍ଟ ଦେବା ସହିତ ପ୍ରଶାସନ ପ୍ରତି ଲୋକଙ୍କ ଆସ୍ଥା ବିଶ୍ୱାସ ତୁଟିବାକୁ ଲାଗୁଛି।

ଏ ନେଇ ସରବାହାଲ ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ଭଗବାନ ସାହୁଙ୍କୁ ପଚାରିଯବାରୁ ସେ କହିଥିଲେ ଯେ ବଡ଼ମାଳ ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ବଡ଼ମାଳ ଥାନାରେ ଟ୍ରାନ୍ସଫର୍ମର ଚୋରି ନେଇ ଅଭିଯୋଗ କରିିଛନ୍ତି। ଆମେ ଏହାର ତୁରନ୍ତ ସମାଧାନ କରି କୁ. କଣ୍ଟାପାଲି ଗ୍ରାମବାସୀଙ୍କୁ ପିଇବା ପାଣି ପହଞ୍ଚାଇବା ବ୍ୟବସ୍ଥା କରିବୁ ବୋଲି କହିଛନ୍ତି।

କୁ. କଣ୍ଟାପାଲି ଗ୍ରାମର ମନ ପଧାନ, ଶରତ ସା, ଅବଧୁତ ପଧାନ, ସଭ୍ୟ ପଟେଲ ପ୍ରମୁଖ ପିଇବା ପାଣି ଯୋଗାଣର ତୁରନ୍ତ ବ୍ୟବସ୍ଥା ନ କଲେ ରାଜରାସ୍ତାକୁ ଓହ୍ଲାଇବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri