ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୦ା୧୦ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ତଳଆମ୍ବ ପଦର ପଞ୍ଚାୟତ ଅନ୍ତର୍ଗତ ନୁନରେଶ ଗ୍ରାମର ବିଭିନ୍ନ ସମସ୍ୟା ନେଇ ଗୁରୁବାର ଗ୍ରାମବାସୀ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଏନ୍‌ଏଚ୍‌ ୪୪ର ଖାକେଶଠାରୁ ନୁନରେଶ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୩ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। ଗତ ୨ତାରିଖରେ ପ୍ରବଳ ବର୍ଷ ହେତୁ ପାହାଡ଼ରୁ ମାଟି ଅତଡ଼ା ଓ ପଥର ଖସି ରାସ୍ତା ଅବରୋଧ କରିଛି। ଫଳରେ ପଥଚାରୀଙ୍କଠାରୁ ଆରମ୍ଭ କରି ଜରୁରୀ କାଳୀନ ସେବା ପାଇଁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସେହିପରି ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ଗ୍ରାମରେ ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଗ୍ରାମରେ ବସୁଧା ଯୋଜନାରେ ଓଭର ହେଡ ଟାଙ୍କି ନିର୍ମାଣର ୩ ବର୍ଷ ପରେ ମଧ୍ୟ ପାନୀୟ ଜଳ ଯୋଗାଣ ହୋଇପାରି ନାହିଁ। ଫଳରେ ଲୋକେ ନଈନାଳର ଦୂଷିତ ଜଳ ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ତୁରନ୍ତ ଏହିସବୁ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ ଗ୍ରାମବାସୀ ବିଡିଓଙ୍କୁ ଅନୁରୋଧ କରିଛନ୍ତି। ଦାବିପତ୍ର ଦେବା ସମୟରେ ନୁନରେଶ ଗ୍ରାମର ମୁତେ ସିଂ ମାଝୀ, ସୁନା ସିଂ ମାଝୀ, ସୁରେନ୍ଦ୍ର ନାଏକ, ଟିପାଙ୍ଗ ମାଝୀ, ସୁମନ୍ତ ନାଏକ, ବାସନ୍ତୀ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ…

ଗୋଟିଏ ଦିନରେ ବାରୁଣୀ ସ୍ନାନ ସହ ତାରାତାରିଣୀଙ୍କ ଚୈତ୍ର ଯାତ୍ରା, ମିଳିତ ଭାବରେ କାର୍ଯ୍ୟ କରିବା ନେଇ…

ପୁରୁଷୋତ୍ତମପୁର,୧୪ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୋଟିଏ ଦିନରେ ବାରୁଣୀସ୍ନାନ ଓ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ରହିଥିବା ନେଇ କିଭଳି ଏହାର ମୁକାବିଲା…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri