ଯୁବକଙ୍କୁ ଥାର୍ଡ ଡିଗ୍ରୀ ପ୍ରତିବାଦରେ ତାତିଲେ ଲୋକେ

ବାରଙ୍ଗ,୨୯।୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାରେ ଗୁରୁତର ଆହତ ହୋଇଥିବା ରାକେଶ ବେହେରା ଓରଫ ମୁନା କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ ନେଇ ଉତ୍ତେଜନା କମି ନ ଥିବାବେଳେ ଶୁକ୍ରବାର ତାଙ୍କୁ ଡ଼ାକ୍ତରଖାନାରୁ କେଉଁଆଡେ ପୋଲିସ ଲୁଚାଇଦେଇଥିବା ପରିବାର ପକ୍ଷରୁ କୁହାଯିବା ପରେ ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା।

ଚଣ୍ଡୀପ୍ରସାଦ ଗ୍ରାମବାସୀ ଉତ୍ତେଜିତ ହୋଇ ଥାନା ଭିତରକୁ ପଶିବାକୁ ଚେଷ୍ଟା କରିଥିଲେ। ହେଲେ ପୋଲିସ ବିରୋଧ କରିବାରୁ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଥିଲେ। ଆନ୍ଦୋଳନ ଯୋଗୁ କଟକ-ଭୂବନେଶ୍ୱର ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେବା ସହ ରାସ୍ତାରେ ଗାଡ଼ି ମୋଟର ଅଟକି ରହିଛି।

ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଥିବା ବେଳେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି। ମାଡ଼ ମରାଯାଇଥିବା ଯୁବକଙ୍କ ବାବଦରେ କୌଣସି ତଥ୍ୟ ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏପରିକି ଯୁବକ ଜଣକ କେଉଁଠି ଏବଂ କିଭଳି ସ୍ଥିତିରେ ଅଛି ପୋଲିସ ଜଣାଉ ନ ଥିବା ଗ୍ରାମବାସୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏନେଇ ଘଟଣାସ୍ଥଳରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

ସୂଚନା ଯୋଗ୍ୟ, ୧୬ ତାରିଖରେ ରାକେଶ ସ୍ତ୍ରୀ ନିଖୋଜ ନେଇ ବାରଙ୍ଗ ଥାନାରେ ଅଭିଯୋଗ କରିବାକୁ ଆସିଥିଲେ। ୨୨ ତାରିଖରେ କାଠଯୋଡ଼ି ନଦୀପଠାରୁ ଜଣେ ମହିଳାଙ୍କ ମୃତଦେହ ମିଳିଥିଲା। ମୃତଦେହ ଚିହ୍ନଟ ପାଇଁ ପୋଲିସ ରାକେଶଙ୍କୁ ଥାନାକୁ ଡାକିଥିଲା। ହେଲେ ମୃତଦେହ ସ୍ତ୍ରୀଙ୍କ ନୁହେଁ ବୋଲି କହିବା ପରେ ରାକେଶଙ୍କୁ ବାରଙ୍ଗ ଥାନାରେ ଥାର୍ଡ ଡିଗ୍ରୀ ଦିଆଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri