ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା ଥାନା ପାଟଶାଣିପୁର ପଞ୍ଚାୟତ ବରହମପୁର ଗ୍ରାମରେ ଘଟିଛି ଏଭଳି ଘଟଣା।

ସୂଚନା ଅନୁସାରେ, ବାରିପଦା ଅଞ୍ଚଳର ଦୁଇ ଜଣ ଯୁବକ ରାତିରେ ବରହମପୁର ଗ୍ରାମରେ ପଶିଥିଲେ । ଏହି ସମୟରେ ଗ୍ରାମରେ ଏକ ଆଦିବାସୀ ପରିବାରରେ କାର୍ଯ୍ୟକ୍ରମ ଚାଲିଥିଲା। ସେଠାରେ ପହଞ୍ଚି ଦୁଇ ଜଣ ଯୁବତୀଙ୍କୁ ଦୁର୍ବ୍ୟବହାର କରିବାକୁ ଉଦ୍ୟମ କରିବା ସହିତ ଯୁବତୀଙ୍କୁ ହଇରାଣ କରିଥିଲେ । ଯାହାକୁ ନେଇ ତାତିଥିଲେ ଉପସ୍ଥିତ ଲୋକେ। ଦୁଇ ଯୁବକଙ୍କୁ କାବୁ କରିବାକୁ ଚେଷ୍ଟା କରିଥିବା ବେଳେ ଜଣେ ଫେରାର ହୋଇଯାଇଥିଲା।

ଅନ୍ୟ ଜଣେ ଯୁବକଙ୍କୁ ଗ୍ରାମବାସୀ କାବୁ କରି ଦଉଡିରେ ଗଛରେ ବାନ୍ଧିଥିଲେ ଏବଂ ମାଡ଼ ମଧ୍ୟ ମାରିଥିଲେ। ଖବର ପାଇ ଦୀର୍ଘ ସମୟ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବନ୍ଧା ଯାଇଥିବା ଯୁବକଙ୍କୁ ଉଦ୍ଧାର କରିଥିଲା। ଯୁବକ ଜଣଙ୍କ ନିଜ ସ୍ତ୍ରୀଙ୍କୁ ଖୋଜି ଖୋଜି ଭୁଲରେ ଆସି ଗ୍ରାମରେ ପଶିଥିଲା ବୋଲି ପୋଲିସ କହୁଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?