ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍ ଯୋଗେ ପାନୀୟଜଳ ମିଳୁ ନ ଥିବା ପ୍ରତିବାଦରେ ଶୁକ୍ରବାର ସକାଳୁ ଉତ୍ତେଜିତ ଗ୍ରାମବାସୀ ମୁଖ୍ୟରାସ୍ତାରେ ନିଆଁ ଜାଳି ରାସ୍ତାରୋକୋ କରିଥିଲେ। ଦୀର୍ଘ ସମୟ ଧରି ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଥିଲା। ଖବର ପାଇ ପାଟପୁର ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।