ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟକୁ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ: ବିଡିଓଙ୍କ ନିକଟରେ ଅଭିଯୋଗ କରି କହିଲେ…

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଛାର ପଦର ଗ୍ରାମରେ ଦୀର୍ଘ ମାସ ହେଲାଣି ନିମ୍ନମାନର ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣକୁ ନେଇ ବିଡିଓଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିବାର ଜଣାପଡ଼ିଛି। ଏହି ଅଙ୍ଗନଓ୍ବାଡ଼ି କେନ୍ଦ୍ରଟି ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଙ୍ଗନଓ୍ବାଡ଼ି କର୍ମୀ ଶିକ୍ଷାଦାନ ଦେଇ ଆସୁଛନ୍ତି। ସୂଚନାଫଳକର ଲେଖା ଅନୁସାରେ ଗତ ଡିସେମ୍ବର ୨୦୨୪ରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ଆଜି ପର୍ଯ୍ୟନ୍ତ ତାହା ଶେଷ ହୋଇନାହିଁ। ବର୍ଷ ବର୍ଷ ଧରି ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। କିନ୍ତୁ ତଦାରଖ କରିବାକୁ ଯନ୍ତ୍ରୀଙ୍କ ମଧ୍ୟ ଦେଖାନାହାନ୍ତି। ଏହାକୁ ନେଇ କଛାର ପଦରବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଉଛି।

ପ୍ରକାଶଯୋଗ୍ୟ, ୯.୧୨.୨୪ରେ ଉକ୍ତ ଯୋଜନାଟି କେତେ ଟଙ୍କା ବ୍ୟୟ ଅଟକଳରେ ନୂଆ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି ତାହା ସୂଚନାଫଳକରେ ଉଲ୍ଲେଖ କରାଯାଇନାହିଁ। ଏହି କେନ୍ଦ୍ର ଚତୁଃପାର୍ଶ୍ୱରେ ନିର୍ମାଣ କରାଯାଇଥିବା ଫାଉଣ୍ଡେସନ ଭାଙ୍ଗି ଫାଟ ଦେଖା ଦେଲାଣି। ଫାଉଣ୍ଡେଶନ କରିବା ପୂର୍ବରୁ ଦାୟିତ୍ୱ ଥିବା ଜେଇ ବାବୁଙ୍କ ଅଣଦେଖା ଯୋଗୁ ପ୍ରଥମେ ଇଟାରେ ଫାଉଣ୍ଡେଶନ ଉଠାଗଲା ପରେ ବିମ୍‌ ପଡ଼ିବାରୁ ତଳ ଅଂଶରେ ଥିବା ଇଟା ବର୍ଷା ପାଣିରେ ଓଜନ ସମ୍ଭାଳି ନ ପାରି ବିମ୍‌ ତଳେ ଫାଟ ଦେଖାଦେଇଛି। ଗୃହଟିରେ ଯଦି ଛାତ ପକାଇ ସମ୍ପୂର୍ଣ୍ଣ କଲେ ଗୃହଟି ସମ୍ପୂର୍ଣ୍ଣ ଭାଙ୍ଗିଯିବାର ସମ୍ଭାବନା ରହିଛି।
ଦୀର୍ଘ ୩୦ ବର୍ଷ ହେଲା ଉକ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ ଛାତ୍ରୀଛାତ୍ରଙ୍କୁ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷାଦାନ ଦେବା କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଉଛି। ନିମ୍ନମାନର ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ବିଳମ୍ବକୁ ନେଇ କଛାର ପଦରବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇବା ସହ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ଦାବି କରୁଛନ୍ତି। ଦାୟିତ୍ୱ ଥିବା କନିଷ୍ଠ ଯନ୍ତ୍ରୀଙ୍କ ଅଣଦେଖା ଯୋଗୁ ଗ୍ରାମବାସୀଙ୍କ ମନରେ ତୀବ୍ର ଆଲୋଚନା ହେଉଛି। ବାଲସି ପଞ୍ଚାୟତରେ ଦାୟିତ୍ୱ ଥିବା ଯନ୍ତ୍ରୀଙ୍କ ପ୍ରାୟ କାମରେ ନିମ୍ନମାନର ଓ ଦୁର୍ନୀତି ହେଉଥିବାରୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ, କ’ଣ ପାଇଁ ଏହି ନିର୍ମାଣ କାର୍ଯ୍ୟବେଳେ ଫାଉଣ୍ଡେଶନ ଭାଙ୍ଗିଗଲା, କାହିଁକି ସମ୍ପୂର୍ଣ୍ଣ ହୋଇନାହିଁ ତାହା ମୁଁ ଯାଇ ତଦାରଖ କରିବି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri