ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି। ବରିଷ୍ଠ କଂଗ୍ରେସ ନେତା ରବି ମଙ୍ଗରାଜଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ନୂତନ ଟ୍ରାନ୍ସଫର୍ମର ସ୍ଥାପନ ଦାବିରେ ଟିପିଡବ୍ଲ୍ୟୁଓଡିଏଲ୍‌ ନିର୍ବାହୀ ଯନ୍ତ୍ରୀ ନୂଆପଡାଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ ଢେକୁନପାଣି ଗଁାରେ ଶହେରୁ ଊର୍ଦ୍ଧ୍ୱ ପରିବାର ବାସ କରନ୍ତି। ଜୁନ ଶେଷ ଭାଗରେ ବର୍ଷା ପବନ ହେବାରୁ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯାଇ ବିଦ୍ୟୁତ୍‌ ସରବରାହ ବନ୍ଦ ହୋଇଯାଇଛି। ଅଭୟାରଣ୍ୟ ଭିତରେ ସବୁବେଳେ ହିଂସ୍ରଜନ୍ତୁଙ୍କ ଭୟ ରହିଛି। ବିଦ୍ୟୁତ ନ ଥିବାରୁ ପିଲାଙ୍କ ପାଠପଢା ବ୍ୟାହତ ହେବା ସହ ପାନୀୟ ଜଳ ଯୋଗାଣ ପ୍ରଭାବିତ ହୋଇଛି। ମୋବାଇଲ ଚାର୍ଜ ହେଉ ନ ଥିବାରୁ ପିଲାଙ୍କ ଅନ୍‌ଲାଇନ ପାଠପଢା ହୋଇପାରୁ ନାହିଁ। ଗଁାର କେହି ହଠାତ୍‌ ରୋଗରେ ପୀଡିତ ହେଲେ ଆମ୍ବୁଲାନ୍ସକୁ ମଧ୍ୟ ଯୋଗାଯୋଗ ହୋଇପାରୁ ନାହିଁ। ଏ ନେଇ ବିଭାଗୀୟ ଯନ୍ତ୍ରୀ ଓ କର୍ମଚାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ ସୁଫଳ ମିଳିନାହିଁ ା ଶେଷରେ ଶହେ କିଲୋମିଟର ଜଙ୍ଗଲିଆ ରାସ୍ତାରେ ନୂଆପଡା ଆସି ଯନ୍ତ୍ରୀଙ୍କୁ ଦାବିପତ୍ର ଦେଇଛନ୍ତି। ଆଗାମୀ ୩ ଦିନ ଭିତରେ ନୂତନ ଟ୍ରାନ୍ସଫର୍ମର ସ୍ଥାପନ ହୋଇ ବିଦ୍ୟୁତ ସଂଯୋଗ ନ ହେଲେ ୪ର୍ଥ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏହି ସମୟରେ କଂଗ୍ରେସ ଜିଲା ସଭାପତି ଘାସିରାମ ମାଝି, ଧରମସିଂ ରାଉତ, ମାନୁ ରାଉତ, ପର୍ଶୁ ରାଉତ, ପେରମ ରାଉତ, ଘାସିରାମ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri