ତହସିଲଦାରଙ୍କ ପାଖକୁ ଗଲେ ଗ୍ରାମବାସୀ, ଜବରଦଖଲ ଉଚ୍ଛେଦ ଦାବିରେ ଦେଲେ ଏମିତି ଦାବିପତ୍ର

ଅମରପାଲି,୨୦।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ହିଲୁଙ୍ଗ ଗ୍ରାମରେ ଜବରଦଖଲ ଉଚ୍ଛେଦ ଦାବିରେ ଗୁରୁବାର ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ଗ୍ରାମବାସୀ। ଅଭିଯୋଗ ଅନୁସାରେ ତହସିଲ ଅନ୍ତର୍ଗତ ହିଲୁଙ୍ଗ ଗ୍ରାମର କେତେକ ବ୍ୟକ୍ତି ଗ୍ରାମରେ ଥିବା ଅନାବାଦୀ,ଗୋଚର,ଜଳଚର, ପତ୍ରା ଜଙ୍ଗଲ ଜମିକୁ ବେଆଇନ ଭାବେ ଜବରଦଖଲ କରିଛନ୍ତି। ଜବରଦଖଲକାରୀମାନେ ସେହି ଜମିରେ ବେଆଇନ ଭାବେ ଧାନ ଓ କପା ଭଳି ଚାଷ ମଧ୍ୟ କରୁଛନ୍ତି। ଫଳରେ ଗ୍ରାମରେ ଗୋପାଳକମାନେ ଗାଈ ଗୋରୁ ଚରାଇବାରେ ଅସୁବିଧା ହେଉଛି। ତେଣୁ ଗୋପାଳନରୁ ଲୋକେ ମୁହଁ ଫେରାଇ ନେଉଛନ୍ତି। ନିକଟସ୍ଥ ଚମ୍ପାମାଳ ଗ୍ରାମର ଚମ୍ପେଶ୍ୱର ବାବାଙ୍କ ଗାଈ ଗୋଠ ମଧ୍ୟ ହିଲୁଙ୍ଗରେ ରହିଛି। ଜବରଦଖଲ ଯୋଗୁ ଗ୍ରାମରେ ଗୋଚର ଭୂମି ନ ଥିବାରୁ ଉକ୍ତ ଗାଈମାନଙ୍କ ଚାରଣରେ ସମସ୍ୟା ହେଉଛି। ଏଣୁ ଗ୍ରାମରେ ସର୍ବସମ୍ମତିକ୍ରମେ ଏକ ବୈଠକ କରାଯାଇଥିଲା। ଉକ୍ତ ବୈଠକରେ ଗ୍ରାମର ସମସ୍ତ ଗୋଚର,ଜଳଚର ,ଅନାବାଦୀ ଭଳି ସରକାରୀ ଜମି ଚିହ୍ନଟ କରାଯାଇଥିବା ସହିତ ଜବରଦଖଲ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଣୁ ଗ୍ରାମର ସରକାରୀ ଜବରଦଖଲ ହୋଇଥିବା ଜମିକୁ ଜବରଦଖଲ ଉଚ୍ଛେଦ କରିବାକୁ ଗ୍ରାମବାସୀ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ଏନେଇ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ବୀରମହାରାଜପୁର ତହସିଲଦାର ସୁଚିଶ୍ମିତା ପାଣିଗ୍ରାହୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଖୁବଶୀଘ୍ର ଜବରଦଖଲ ଚିହ୍ନଟ କରାଯାଇ ଜବରଦଖଲ ଉଚ୍ଛେଦ କରାଯିବ ବୋଲି ତହସିଲଦାର ପ୍ରକାଶ କରିଛନ୍ତି। ସ୍ଥାନୀୟ ସରପଞ୍ଚ ବନିତା ସେଠୀ,ଅହଲ୍ୟା ସିଂ, ସୂର୍ଯ୍ୟ ନାରାୟଣ ସିଂ, ରତ୍ନଗୋପାଳ ସିଂ,ମିନାକ୍ଷୀ ଦେହୁରୀ,ବିଶନାଥ ସିଂ,ଶତ୍ରୁଘ୍ନ ସାହୁ,ବିଦ୍ୟାଧର ଦେହେରୀ,ନୀଳାମ୍ବର ସିଂ,ସଂଗ୍ରାମ କେଶରୀ ସିଂଙ୍କ ସମତେ ଅନେକ ଗ୍ରାମବାସୀଙ୍କ ଦସ୍ତଖତ ଥିବା ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri