ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଉକ୍ତ ଗ୍ରାମର ମହିଳା ଏବଂ ପୁରୁଷ। ବୁଧବାର ପୋଖରା ଗ୍ରାମର ବାଗ ପଡ଼ା, ଗୁଡ଼ି ପଡ଼ା, ମନ୍ଦିର ପଡ଼ା, ଇନ୍ଦ୍ରାବତୀ ପଡ଼ା ମହିଳା ଏବଂ ପୁରୁଷ ମାନେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି ।

ଏହି ୪ଟି ପଡ଼ାରେ ପ୍ରାୟ ୨୦୦ରୁ ଉର୍ଦ୍ଧ ଘର ରହିଥିବା ବେଳେ ସେଥିରେ ପ୍ରାୟ ୫୦୦ରୁ ଉର୍ଦ୍ଧ ଜନସଂଖ୍ୟା ରହିଛନ୍ତି । ଏହି ୪ଟି ପଡ଼ାକୁ ପାନୀୟ ଜଳ ଯୋଗାଇବା ପାଇଁ ୬ଟି ନଳକୂପ ରହିଥିବା ବେଳେ ସେଥିମଧ୍ୟରୁ ୨ଟି ନଳକୂପ ଦୀର୍ଘ ମାସ ହେ ଅଚଳ ହୋଇଥିବା ବେଳେ ୫୦୦ ରୁ ଉର୍ଦ୍ଧ ଲୋକଙ୍କ ପାଇଁ ୪ଟି ନଳକୂପ ହିଁ ଏହି ପ୍ରଚଣ୍ଡ ଗ୍ରୀଷ୍ମ ଋତୁରେ ଭରସା ସାଜିଛି l ଖରା ଦିନରେ ଜଳ ସ୍ତର କମିଯିବାରୁ ସେହି ନଳକୂପରୁ ପାଣି ବାହାରୁ ନାହିଁ । ଏହାକୁ ନେଇ ଗ୍ରାମର ପୁରୁଷ ଓ ମହିଳା ଅଚଳ ଥିବା ନାଳକୂପକୁ ମରାମତି କରିବା ସହ ବସୁଧା ଯୋଜନା କିମ୍ବା ମେଘା ଜଳ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରି ଯଥା ଶୀଘ୍ର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ଲିଖିତ ଆକାରରେ ଅଭିଯୋଗ କରିଥିବା ଜଣାପଡିଛି l ଯଦି ଏହି ସବୁ ଯୋଜନା ମାଧ୍ୟମରେ ଉକ୍ତ ଗ୍ରାମକୁ ପାନୀୟ ଜଳ ଯୋଗାଣରେ କୌଣସି ଅସୁବିଧା ଉପୁଜିଛି ତେବେ ଏକ ସୋଲାର ପମ୍ପ ଟ୍ୟଙ୍କ ମାଧ୍ୟମରେ ଘର ଘର ଜଳ ଯୋଗାଣ କରାଯାଉ ବୋଲି ମୌଖିକ ଭାବରେ ବିଡ଼ିଓଙ୍କୁ ଜଣାଇଥିବା ଗ୍ରାମର ମହିଳା ଏବଂ ପୁରୁଷ ଆମ ଧରିତ୍ରୀ କୁ ସୂଚନା ଦେଇଛନ୍ତି l ଏ ସମ୍ପର୍କରେ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ପଚାରିବାରୁ ସଙ୍ଗେ ସଙ୍ଗେ ତୋ କିଛି କରି ହେବ ନାହିଁ ହେଲେ ଆଗାମୀ ଦିନରେ ଆମେ ମେଘା ପ୍ରକଳ୍ପରୁ ଉକ୍ତ ଗ୍ରାମକୁ ଜଳ ଯୋଗାଣର ବ୍ୟବସ୍ଥା କରିବୁ ଏବଂ ଯାହା ସବୁ ଅଚଳ ଅବସ୍ଥାରେ ଥିବା ନଳକୂପକୁ ମରାମତି କରିବା ପାଇଁ ପାଇଁ ମଁୁ ବିଭାଗୀୟ ଅଧିକାରୀଙ୍କୁ କହିସାରିଛି ସେ ପ୍ରାଥମିକ ସ୍ଥରରେ ଯାହା ସମ୍ଭବ ହୋଇ ପାରିବ ତାହାର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛି ବୋଲି କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri