ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଉକ୍ତ ଗ୍ରାମର ମହିଳା ଏବଂ ପୁରୁଷ। ବୁଧବାର ପୋଖରା ଗ୍ରାମର ବାଗ ପଡ଼ା, ଗୁଡ଼ି ପଡ଼ା, ମନ୍ଦିର ପଡ଼ା, ଇନ୍ଦ୍ରାବତୀ ପଡ଼ା ମହିଳା ଏବଂ ପୁରୁଷ ମାନେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି ।

ଏହି ୪ଟି ପଡ଼ାରେ ପ୍ରାୟ ୨୦୦ରୁ ଉର୍ଦ୍ଧ ଘର ରହିଥିବା ବେଳେ ସେଥିରେ ପ୍ରାୟ ୫୦୦ରୁ ଉର୍ଦ୍ଧ ଜନସଂଖ୍ୟା ରହିଛନ୍ତି । ଏହି ୪ଟି ପଡ଼ାକୁ ପାନୀୟ ଜଳ ଯୋଗାଇବା ପାଇଁ ୬ଟି ନଳକୂପ ରହିଥିବା ବେଳେ ସେଥିମଧ୍ୟରୁ ୨ଟି ନଳକୂପ ଦୀର୍ଘ ମାସ ହେ ଅଚଳ ହୋଇଥିବା ବେଳେ ୫୦୦ ରୁ ଉର୍ଦ୍ଧ ଲୋକଙ୍କ ପାଇଁ ୪ଟି ନଳକୂପ ହିଁ ଏହି ପ୍ରଚଣ୍ଡ ଗ୍ରୀଷ୍ମ ଋତୁରେ ଭରସା ସାଜିଛି l ଖରା ଦିନରେ ଜଳ ସ୍ତର କମିଯିବାରୁ ସେହି ନଳକୂପରୁ ପାଣି ବାହାରୁ ନାହିଁ । ଏହାକୁ ନେଇ ଗ୍ରାମର ପୁରୁଷ ଓ ମହିଳା ଅଚଳ ଥିବା ନାଳକୂପକୁ ମରାମତି କରିବା ସହ ବସୁଧା ଯୋଜନା କିମ୍ବା ମେଘା ଜଳ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରି ଯଥା ଶୀଘ୍ର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ଲିଖିତ ଆକାରରେ ଅଭିଯୋଗ କରିଥିବା ଜଣାପଡିଛି l ଯଦି ଏହି ସବୁ ଯୋଜନା ମାଧ୍ୟମରେ ଉକ୍ତ ଗ୍ରାମକୁ ପାନୀୟ ଜଳ ଯୋଗାଣରେ କୌଣସି ଅସୁବିଧା ଉପୁଜିଛି ତେବେ ଏକ ସୋଲାର ପମ୍ପ ଟ୍ୟଙ୍କ ମାଧ୍ୟମରେ ଘର ଘର ଜଳ ଯୋଗାଣ କରାଯାଉ ବୋଲି ମୌଖିକ ଭାବରେ ବିଡ଼ିଓଙ୍କୁ ଜଣାଇଥିବା ଗ୍ରାମର ମହିଳା ଏବଂ ପୁରୁଷ ଆମ ଧରିତ୍ରୀ କୁ ସୂଚନା ଦେଇଛନ୍ତି l ଏ ସମ୍ପର୍କରେ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ପଚାରିବାରୁ ସଙ୍ଗେ ସଙ୍ଗେ ତୋ କିଛି କରି ହେବ ନାହିଁ ହେଲେ ଆଗାମୀ ଦିନରେ ଆମେ ମେଘା ପ୍ରକଳ୍ପରୁ ଉକ୍ତ ଗ୍ରାମକୁ ଜଳ ଯୋଗାଣର ବ୍ୟବସ୍ଥା କରିବୁ ଏବଂ ଯାହା ସବୁ ଅଚଳ ଅବସ୍ଥାରେ ଥିବା ନଳକୂପକୁ ମରାମତି କରିବା ପାଇଁ ପାଇଁ ମଁୁ ବିଭାଗୀୟ ଅଧିକାରୀଙ୍କୁ କହିସାରିଛି ସେ ପ୍ରାଥମିକ ସ୍ଥରରେ ଯାହା ସମ୍ଭବ ହୋଇ ପାରିବ ତାହାର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛି ବୋଲି କହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?