ବୋର୍‌ୱେଲରୁ ଉଦ୍ଧାର ଶିଶୁକନ୍ୟାଙ୍କ ଆଜୀବନ ପାଠପଢ଼ା ଖର୍ଚ୍ଚ ବହନ କରିବେ ଭିମ୍‌ସାର ଭେଷଜ ବିଶେଷଜ୍ଞ ଡା. ରାମଚନ୍ଦାନୀ

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଲାରିପାଲି ଗ୍ରାମର ଶ୍ରୀରାମବୁଢ଼ା ଜଙ୍ଗଲ ମଧ୍ୟରେ ଥିବା ପରିତ୍ୟକ୍ତ ବୋର୍‌ୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟାଙ୍କ ମା’ କଟକ ଏସ୍‌ସିବିରୁ ଡିସ୍‌ଚାର୍ଜ ହୋଇଛନ୍ତି। ହେଲେ ଶିଶୁ କନ୍ୟାକୁ ସେ ପାଖରେ ରଖିବା ପାଇଁ ଦାବି କରି ନାହାନ୍ତି। ଆଗକୁ ଯଦି ସେ ପାଖରେ ରଖିବାକୁ ଦାବି କରନ୍ତି ତେବେ ତାଙ୍କର କାଉନସେଲିଂ ପରେ ଶିଶୁକନ୍ୟାଙ୍କୁ ହସ୍ତାନ୍ତର କରାଯିବ। ଏ ନେଇ ଜିଲା ପ୍ରଶାସନ ଓ ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ନିଷ୍ପତ୍ତି ନିଆଯିବ ବୋଲି ସମ୍ବଲପୁର ଶିଶୁ ସୁରକ୍ଷା ୟୁନିଟ୍‌ ଅଧ୍ୟକ୍ଷା ସୁଚିସ୍ମିତା ପଟ୍ଟନାୟକ କହିଛନ୍ତି।

ସେ କହିଛନ୍ତି, ବର୍ତ୍ତମାନ ଶିଶୁଟି ଭିମ୍‌ସାରରେ ଚିକିତ୍ସାଧୀନ ରହିଛି। ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବାକୁ ଅନେକ ଦମ୍ପତି ଆଗ୍ରହୀ ଅଛନ୍ତି। ହେଲେ ଶିଶୁଟି ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସ୍‌ଚାର୍ଜ ନ ହେଲା ପର୍ଯ୍ୟନ୍ତ ହସ୍ତାନ୍ତର ନେଇ କିଛି କହିବା ଉଚିତ ହେବ ନାହିଁ। ସେ ଡିସ୍‌ଚାର୍ଜ ହେଲା ପରେ ଶିଶୁ ସୁରକ୍ଷା ୟୁନିଟ୍‌ ଅଧିନସ୍ଥ ବାଲନିକେତନରେ ରଖାଯାଇ ତା’ର ଯତ୍ନ ନିଆଯିବ।

ସେଠାରେ ସବୁଦିନ ପାଇଁ ରହିବ ନାଁ ପ୍ରକୃତ ମା’ଙ୍କୁ ହସ୍ତାନ୍ତର କରାଯିବ ଅଥବା ପୋଷ୍ୟ ସନ୍ତାନ ଭାବେ କୌଣସି ଆଗ୍ରହୀ ଦମ୍ପତିଙ୍କୁ ହସ୍ତାନ୍ତର କରାଯିବ ସେ ନେଇ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ସେହିପରି ଭିମ୍‌ସାର ଭେଷଜ ବିଶେଷଜ୍ଞ ଡା. ଶଙ୍କର ରାମଚନନ୍ଦାନୀ କହିଛନ୍ତି, ୨-୩ ଦିନ ମଧ୍ୟରେ ଶିଶୁଟିକୁ ଡିସ୍‌ଚାର୍ଜ କରାଯିବ। ସେ ନିଜେ ଶିଶୁକନ୍ୟାକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବାକୁ ଇଚ୍ଛୁକ ଅଛନ୍ତି। ଯଦି ଏହା ସମ୍ଭବ ନ ହୁଏ ତା’ହେଲେ ଶିଶୁକନ୍ୟାକୁ ଯିଏ ପୋଷ୍ୟ ସନ୍ତାନଭାବେ ଗ୍ରହଣ କରିବେ ସେ ତାଙ୍କର ଆଜୀବନ ସମସ୍ତ ପାଠପଢ଼ା ଖର୍ଚ୍ଚ ବହନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri