ଭିନ୍‌ ଡିଜେଲଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ: ହଲିଉଡ ଅଭିନେତା ଭିନ୍‌ ଡିଜେଲଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ତାଙ୍କର ପୂର୍ବତନ ସହଯୋଗୀ। ଏକ ଦଶନ୍ଧି ପୂର୍ବରୁ ଆଟଲାଣ୍ଟ ହୋଟେଲରେ ଘଟିଥିବା ଏହି ଘଟଣା ପାଇଁ ପୀଡିତା କାଲିଫର୍ଣ୍ଣିଆ କୋର୍ଟରେ ମାମଲା ରୁଜୁ କରିଛନ୍ତି। ଅଭିଯୋଗ ପ୍ରମାଣିତ ହେଲେ ଅଭିନେତା ଜେଲ ଯାଇପାରନ୍ତି। ଆସ୍ତା ଜନସନ ନାମକ ପୀଡିତା କହିଛନ୍ତି ଯେ, ’ଫାଷ୍ଟ ଆଣ୍ଡ ଫ୍ୟୁରିଅସ’ ପରେ ଅଭିନେତାଙ୍କ କମ୍ପାନୀରେ ଯୋଗ ଦେଇଥିଲେ। ଏହାପରେ ପ୍ରଥମେ ପ୍ରୋଜେକ୍ଟରେ ତାଙ୍କୁ ୨୦୧୦ରେ ’ଫାଷ୍ଟ ଫାଇଭ’ ଶୁଟିଂ ପାଇଁ ଆଟଲାଣ୍ଟ ଯିବାକୁ ପଡିଥିଲା। ସେଠାରେ ଭିନ୍‌ ରହୁଥିବା ହୋଟେଲରେ ଅଭିନେତାଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ତାଙ୍କୁ ନିୟୋଜିତ କରାଯାଇଥିଲା। ଏକୁଟିଆ ଥିବା ସମୟରେ ଅଭିନେତା ହୋଟେଲ ରୁମ୍‌ରେ ଆସ୍ତାଙ୍କ ସହିତ ଜବରଦସ୍ତି ଶାରୀରିକ ସମ୍ପର୍କ ରଖିବାକୁ ଚେଷ୍ଟା କରି ତାଙ୍କୁ ନିର୍ଯାତନା ଦେଇଥିଲେ। ଅଭିଯୋଗ କରିବାରୁ ଅଭିନେତାଙ୍କ ଭଉଣୀ ପୀଡ଼ିତାଙ୍କୁ ଚାକିରିରୁ ବିଦା କରି ଦେଇଥିଲେ। ତେବେ ଏହି ମାମଲାରେ ଭିନ୍‌ଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri