Posted inଖେଳ

ଗୋଟିଏ ଦିନରେ ଦୁଇ କ୍ରିକେଟରଙ୍କ ଅବସର

ନୂଆଦିଲ୍ଲୀ,୨୬।୨: ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ଦୁଇ ଖେଳାଳି ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଗୋଟିଏ ପକ୍ଷରେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୟୁସୁଫ ପଠାନ ଥିବାବେଳେ ଅନ୍ୟ ପଟେ ରହିଛନ୍ତି ପେସର ବିନୟ କୁମାର। ୨୦୦୭ରେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିବା ୟୁସୁଫ ଦେଶ ପାଇଁ ମୋଟ ଉପରେ ୭୯ (୫୭ ଦିନିକିଆ ଓ ୨୨ ଟି୨୦) ମ୍ୟାଚ୍‌ ଖେଳିଥିଲେ।

ଘରୋଇ କ୍ରିକେଟରେ ଖ୍ୟାତି ଅର୍ଜନ କରିଥିବା ବିନୟ ଅନ୍ତର୍ଜାତୀୟ କ୍ରିକେଟରେ ସେତେଟା ସଫଳତା ପାଇ ନ ଥିଲେ। ଦୀର୍ଘ ୧୭ ବର୍ଷ ହେଲା ଘରୋଇ କ୍ରିକେଟରେ ସକ୍ରିୟ ଥିଲେ ଏହି ୩୭ ବର୍ଷୀୟ ପେସର। ରଣଜୀ ଟ୍ରଫିରେ ୪୦୦ ଉଇକେଟ ହାତେଇଥିବା ଏହି ବୋଲର ଟିମ୍‌ ଇଣ୍ଡିଆ ପକ୍ଷରୁ ୪୧ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିବାକୁ ପାଇଥିଲେ ସୁଯୋଗ। ଗୋଟିଏ ଟେଷ୍ଟ, ୩୧ ଦିନିକିଆ ଓ ୯ଟି ଟି୨୦ ଖେଳିଥିବା ଏହି ପେସର ଯଥାକ୍ରମେ ୧, ୪୮ ଓ ୧୦ ଲେଖାଏ ଉଇକେଟ ନେଇଥିଲେ। ତେବେ ତାଙ୍କ ନେତୃତ୍ୱରେ କର୍ନାଟକ ୨୦୧୩-୧୪ ଓ ୨୦୧୪-୧୫ ସିଜନରେ ଜିତିଥିଲା ରଣଜୀ ଟାଇଟଲ। ଉଭୟ ବର୍ଷ ଦଳ ବିଜୟ ହଜାରେ ଓ ରାନୀ କପ୍‌ ହାତେଇଥିଲା କର୍ନାଟକ।


Enter your email to get our daily news in your inbox.

All Right Reserved By Dharitri.Com

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri