ପିଏମଓ ଯାଉଥିବା ଭିନେଶ ଫୋଗଟଙ୍କୁ ଅଟକାଇଲା ପୋଲିସ, କର୍ତ୍ତବ୍ୟ ପଥରେ ଛାଡିଲେ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ,୩୦।୧୨: ଭାରତୀୟ କୁସ୍ତି ଜଗତରେ ଚାଲିଥିବା ‘ଦଙ୍ଗଲ’ ବନ୍ଦ ହେଉନାହିଁ। ରେସଲର ବଜରଙ୍ଗ ପୁନିଆଙ୍କ ପରେ ଶନିବାର ମହିଳା ରେସଲର ଭିନେଶ ଫୋଗାଟ ମଧ୍ୟ ତାଙ୍କ ଆୱାର୍ଡ ଫେରାଇ ଦେଇଛନ୍ତି।ଭିନେଶ ତାଙ୍କର ଆୱାର୍ଡ ଫେରାଇବାକୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମଓ) ଯାଉଥିଲେ ସେତେବେଳେ ପୋଲିସ ତାଙ୍କୁ ଅଟକାଇଥିଲା। ଏହାପରେ ଭିନେଶ ତାଙ୍କର ଅର୍ଜୁନ ପୁରସ୍କାର କର୍ତ୍ତବ୍ୟ ପଥରେ ଛାଡି ଚାଲି ଆସିଥିଲେ। ଭିନେଶଙ୍କ ପୂର୍ବରୁ ବଜରଙ୍ଗ ପୁନିଆ ତାଙ୍କର ପଦ୍ମଶ୍ରୀ ଆୱାର୍ଡ ଫେରାଇ ଦେଇଥିଲେ।

ପୁରସ୍କାର ଫେରାଇବା ପୂର୍ବରୁ ଭିନେଶ ଫୋଗାଟ କହିଛନ୍ତି ଯେ ଏହି ଦିନ କୌଣସି ଖେଳାଳିଙ୍କ ଜୀବନରେ ଆସିବା ଉଚିତ ନୁହେଁ। ଦେଶର ମହିଳା କୁସ୍ତିଯୋଦ୍ଧାମାନେ ସବୁଠାରୁ ଖରାପ ପର୍ଯ୍ୟାୟ ଦେଇ ଗତି କରୁଛନ୍ତି।

ଡିସେମ୍ବର ୨୨ ରେ, ବଜରଙ୍ଗ ପୁନିଆ ତାଙ୍କ ପଦ୍ମଶ୍ରୀ ପୁରସ୍କାର ଫେରସ୍ତ କରିଥିଲେ। ବଜରଙ୍ଗ ପୁନିଆ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ସେ କହିଥିଲେ ଯେ ମୁଁ ମୋର ପଦ୍ମଶ୍ରୀ ପୁରସ୍କାର ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଫେରାଉଛି।

ସୂଚନାଯୋଗ୍ୟ ଭାରତୀୟ କୁସ୍ତି ସଙ୍ଘ ନିର୍ବାଚନରେ ବ୍ରିଜଭୁଷଣ ସିଂହଙ୍କ ନିକଟତମ ସଞ୍ଜୟ ସିଂହ ବିଜୟ ଲାଭ କରିଥିଲେ। ଏହାକୁ ନେଇ ଭିନେଶ ଫୋଗଟ, ବଜରଙ୍ଗ ପୁନିଆ ଏବଂ ସାକ୍ଷୀ ମଲ୍ଲିକ ସମେତ ଅନ୍ୟ କୁସ୍ତିଯୋଦ୍ଧା ଅସନ୍ତୋଷ ପ୍ରକାଶ କରିଥିଲେ। ଏହି କୁସ୍ତିଯୋଦ୍ଧାମାନେ ଅନେକ ସମୟ ଧରି ବ୍ରିଜଭୁଷଣ ସିଂହଙ୍କ ବିରୁଦ୍ଧରେ ପ୍ରତିବର କରୁଛନ୍ତି। ଏମାନେ ଦାବିକରିଥିଲେ କି ଭାରତୀୟ କୁସ୍ତି ସଂଘ ଅଧକ୍ଷ ପାଦରେ କେହିଜଣେ ମହିଳା ଦାୟିତ୍ୱ ନେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri