ଯନ୍ତରମନ୍ତରରେ ରାତି ସାରା ଧାରଣାରେ ବସିଲେ ଖେଳାଳି: ମୋଦିଙ୍କ ଭେଟିବାକୁ ଧରିଲେ ଜିଦ୍‌

ନୂଆଦିଲ୍ଲୀ,୧୯।୧: ସର୍ବଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗ ବିଶ୍ୱ ପଦକ ବିଜେତା ବିନେଶ ଫୋଗାତଙ୍କ ଦ୍ୱାରା କରାଯାଇଛି। ବୁଧବାର ରାତି ସାରା ଅନେକ କୁସ୍ତିଯୋଦ୍ଧା ଦିଲ୍ଲୀର ଯନ୍ତରମନ୍ତରରେ ବସି ବ୍ରଜଭୂଷଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହି ପ୍ରଦର୍ଶନ ଆଜି ମଧ୍ୟ ଜାରି ରହିବ। କୁସ୍ତିଯୋଦ୍ଧାମାନେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ଦାବି କରିଛନ୍ତି।
ଟୋକିଓ ଅଲିମ୍ପିକ୍ସର ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ, ରିଓ ଅଲିମ୍ପିକ୍ସ ପଦକ ବିଜେତା ସାକ୍ଷି ମଲିକ, ବିଶ୍ୱ ଚାମ୍ପିଅନସିପ ପଦକ ବିଜେତା ସରିତା ମୋର୍‌, ସଂଗୀତା ଫୋଗେତ, ସତ୍ୟବ୍ରତ ମଲିକ, ଜିତେନ୍ଦ୍ର କିହ୍ନା ଏବଂ କମନୱେଲଥ ଗେମ୍ସ ପଦକ ବିଜେତା ସୁମିତ ମଲିକ ଏହି ରେସଲରମାନଙ୍କ ମଧ୍ୟରେ ଅଛନ୍ତି। ମୋଟ ୩୦ କୁସ୍ତିଯୋଦ୍ଧା ବିରୋଧ ପ୍ରଦର୍ଶନ କରୁଛନ୍ତି।
ସୂଚନାଯୋଗ୍ୟ, ବିଶ୍ୱ ଚାମ୍ପିୟନଶିପ୍‌ ପଦକ ବିଜେତା ତଥା ଅଲିମ୍ପିଆନ୍‌ ଭିନେଶ ବୁଧବାର କାନ୍ଦି କାନ୍ଦି ଏଭଳି ଅଭିଯୋଗ କରିବା ସହିତ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ବ୍ରଜଭୂଷଣ ଦୀର୍ଘ ବର୍ଷ ଧରି ମହିଳା ରେସଲରମାନଙ୍କ ପ୍ରତି ଯୌନ ଶୋଷଣ କରୁଛନ୍ତି। ଏପରି କି ଲକ୍ଷ୍ନୌରେ ରହିଥିବା କ୍ୟାମ୍ପରେ ଅନ୍ୟ କୋଚ୍‌ମାନେ ମଧ୍ୟ ମହିଳାଙ୍କୁ ଶୋଷଣ କରିଛନ୍ତି। ତାଙ୍କ ସହିତ ଏଭଳି ଘୃଣ୍ୟ ଘଟଣା ଘଟି ନ ଥିଲେ ମଧ୍ୟ ଡବ୍ଲ୍ୟୁଏଫ୍‌ଆଇ ସଭାପତିଙ୍କ ପକ୍ଷରୁ ତାଙ୍କୁ ହତ୍ୟା ଧମକ ପ୍ରଦାନ କରାଯାଇଥିବା ସେ କହିଛନ୍ତି। ଏହା ସହିତ ଏହି ମାମଲାରେ ସେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?