କଂଗ୍ରେସରେ ଯୋଗଦେବା ପୂର୍ବରୁ ବଡ଼ ନିଷ୍ପତ୍ତି ନେଲେ ଭିନେଶ, ଛାଡିଲେ ଏହି ସରକାରୀ ଚାକିରି

ନୂଆଦିଲ୍ଲୀ,୬।୯: ଭେଟେରାନ ରେସଲର ଭିନେଶ ଫୋଗଟ କଂଗ୍ରେସରେ ଯୋଗଦେବା ପୂର୍ବରୁ ରେଳବାଇରେ ଚାକିରି ଛାଡିଛନ୍ତି। ଉତ୍ତର ରେଳବାଇରେ ଭିନେଶ ଫୋଗଟଙ୍କୁ ଓଏସ୍‌ଡି / ସ୍ପୋର୍ଟସ ଭାବରେ ନିଯୁକ୍ତି କରାଯାଇଥିଲା। ଭିନେଶ ଏକ୍ସରେ ଲେଖିଛନ୍ତି, ଭାରତୀୟ ରେଳବାଇରେ ସେବା ମୋ ଜୀବନର ଏକ ସ୍ମରଣୀୟ ତଥା ଗର୍ବିତ ସମୟ ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ମୋ ଜୀବନର ଏହି ସମୟରେ ମୁଁ ରେଳ ସେବା ଠାରୁ ନିଜକୁ ଅଲଗା କରିବାକୁ ନିଷ୍ପତ୍ତି ନେଇଛି ଏବଂ ଭାରତୀୟ ରେଳବାଇର ଦକ୍ଷ ଅଧିକାରୀଙ୍କ ନିକଟରେ ମୋର ଇସ୍ତଫା ପତ୍ର ଦାଖଲ କରିଛି। ଦେଶ ସେବା କରିବା ପାଇଁ ରେଳବାଇ ମୋତେ ଦେଇଥିବା ଏହି ସୁଯୋଗ ପାଇଁ ମୁଁ ଭାରତୀୟ ରେଳ ପରିବାରକୁ ସର୍ବଦା କୃତଜ୍ଞ ରହିବି।

ତାଙ୍କ ସହ ରେସଲର ବଜରଙ୍ଗ ପୁନିଆ ମଧ୍ୟ ରେଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ଉଭୟ ଖେଳାଳି ଶୁକ୍ରବାର କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଦଳ ତାଙ୍କୁ ହରିୟାଣା ବିଧାନସଭା ନିର୍ବାଚନରେ ଟିକେଟ ଦେଇପାରେ। ବଜରଙ୍ଗ ପୁନିଆ ଉତ୍ତର ରେଳବାଇରେ ଓଏସ୍‌ଡି ସ୍ପୋର୍ଟସ ପଦରେ ଥିଲେ। ସେ ୧୩ ସେପ୍ଟେମ୍ବର ୨୦୧୪ରେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri