Posted inଜାତୀୟ

ରାଜନୀତିରେ ଏଣ୍ଟ୍ରି କରିବେ ଭିନେଶ ଫୋଗଟ! ଏହିସବୁ ଦଳରୁ ମିଳିଲା ଖୋଲା ଅଫର୍‌

ନୂଆଦିଲ୍ଲୀ,୧୧।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଶେଷ ମ୍ୟାଚ ପୂର୍ବରୁ ଭାରତର ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଅଯୋଗ୍ୟ ହୋଇଥିଲେ। ଏହି ଘଟଣା ଭାରତର ଲକ୍ଷ ଲକ୍ଷ କ୍ରୀଡା ପ୍ରଶଂସକଙ୍କୁ ଚକିତ କରିବା ସହିତ ଦୁଃଖିତ କରିଥିଲା। ଏହି ଘଟଣାରେ ଭାଙ୍ଗି ପଡି ଭିନେଶ ଫୋଗଟ ମଧ୍ୟ ଖେଳରୁ ଅବସର ଘୋଷଣା କରିଥିଲେ। ଭିନେଶଙ୍କୁ କ୍ରୀଡାପ୍ରେମୀଙ୍କ ବିପୁଳ ସମର୍ଥନ ରହିଛି। ବର୍ତ୍ତମାନ ଭିନେଶ ଫୋଗଟଙ୍କୁ ନେଇ ରାଜନେତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ସେ ରାଜନୀତିରେ ଏଣ୍ଟ୍ରି କରିପାରନ୍ତି ବୋଲି କୁହାଯାଉଛି।

ଭିନେଶ ହରିୟାଣାର ବାସିନ୍ଦା। ଆସନ୍ତା ୧-୨ ମାସ ମଧ୍ୟରେ ହରିୟାଣାରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ତାଙ୍କୁ ଖୋଲା ଅଫର୍‌ ମଧ୍ୟ ମିଳିଛି। କିନ୍ତୁ ସେ ପ୍ୟାରିସ୍‌ରେ ଥିବାରୁ ତାଙ୍କର ଆଗାମୀ ପଦକ୍ଷେପ କ’ଣ ରହିବ ଏନେଇ କିଛି ସ୍ପଷ୍ଟ ହୋଇନାହିଁ।

ଏଭଳି ପରିସ୍ଥିତିରେ ରାଜନୈତିକ ଦଳମାନେ ଭିନେଶଙ୍କୁ ନିଜ ନିଜ ଦଳରେ ସାମିଲ କରିବା ପାଇଁ ଖୋଲା ଅଫର ପ୍ରଦାନ କରିଛନ୍ତି। ରାଜନୀତିରେ ପ୍ରବେଶ କରିବାକୁ ଭିନେଶଙ୍କୁ ନେଇ ରାଜନୈତିକ ଦଳଙ୍କ ମଧ୍ୟରେ ପ୍ରତିଯୋଗିତା ଆରମ୍ଭ ହୋଇଛି। ରାଜନୀତିରେ ପ୍ରବେଶ କରିବାକୁ ହରିୟାଣା କ୍ରୀଡା ମନ୍ତ୍ରୀ ସଞ୍ଜୟ ସିଂ ଭିନେଶଙ୍କୁ ଖୋଲା ଅଫର୍‌ ଦେଇଛନ୍ତି। ସଞ୍ଜୟ ସିଂ କହିଛନ୍ତି, ଯଦି ଭିନେଶ ଚାହାନ୍ତି ତେବେ ଭାଜପା ତାଙ୍କ ପାଇଁ ଟିକେଟ୍‌ ନେଇ ବିଚାର କରିବ। ସେ କ୍ରୀଡା ଜାରି ରଖିବାକୁ କିମ୍ବା ରାଜନୀତିରେ ପ୍ରବେଶ କରିବାକୁ ଚାହୁଁଛନ୍ତି କି ନାହିଁ ତାହା ତାଙ୍କୁ ନିଜେ ନିଷ୍ପତ୍ତି ନେବାକୁ ପଡ଼ିବ। ଯଦି ଭିନେଶ ରାଜନୀତିକୁ ଆସନ୍ତି ତେବେ ଭାଜପା ତାଙ୍କୁ ଟିକେଟ ଦେବ। ଏବଂ ରାଜ୍ୟ ସଭାରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚିନ୍ତା କରିବ। କିନ୍ତୁ କ୍ରୀଡା ମନ୍ତ୍ରୀ ଭାବରେ ମୁଁ ଚାହୁଛି ଯେ ଭିନେଶ ବର୍ତ୍ତମାନ ଖେଳିବା ଉଚିତ, ତାଙ୍କ ଖେଳ କ୍ୟାରିୟର ବାକି ଅଛି। ବିନେଶ ଫୋଗଟ ହେଉଛି ରାଜ୍ୟ ତଥା ଦେଶର ଗର୍ବ।

କ୍ରୀଡ଼ା ମନ୍ତ୍ରୀ ସଞ୍ଜୟ ସିଂଙ୍କ ପୂର୍ବରୁ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୁପେନ୍ଦ୍ର ସିଂ ହୁଡା ମଧ୍ୟ ଭିନେଶଙ୍କୁ ରାଜ୍ୟ ସଭାକୁ ପଠାଇବା ବିଷୟରେ କହିଥିଲେ। ଭୁପେନ୍ଦ୍ର ସିଂ କହିଥିଲେ ଯଦି ଦଳର ସଂଖ୍ୟାଗରିଷ୍ଠତା ଥଆନ୍ତା ତେବେ ସେ ଭିନେଶଙ୍କୁ ରାଜ୍ୟ ସଭାକୁ ପଠାଇଥାନ୍ତେ।

କଂଗ୍ରେସ ଏବଂ ଭାଜପା ବ୍ୟତୀତ ଜନସେବକ ଦଳର ସଂଯୋଜକ ତଥା ମହମ ବିଧାୟକ ବଲରାଜ କୁଣ୍ଡୁ ଭିନେଶଙ୍କୁ କ୍ରୀଡ଼ା ମନ୍ତ୍ରୀ କରିବାକୁ ପ୍ରସ୍ତାବ ଦେଇଛନ୍ତି। ମହମ ବିଧାୟକ କହିଛନ୍ତି ଯଦି ଭିନେଶ ଚାହିଁବେ ତେବେ ଦଳ ତାଙ୍କୁ ଟିକେଟ ମଧ୍ୟ ଦେବ ଏବଂ ଜିତିବା ପରେ ତାଙ୍କୁ କ୍ରୀଡ଼ା ମନ୍ତ୍ରୀ ମଧ୍ୟ କରିବ।

ଭିନେଶ ଫୋଗଟ ବର୍ତ୍ତମାନ ଫ୍ରାନ୍ସରେ ଅଛନ୍ତି। ତାଙ୍କ ଅଯୋଗ୍ୟତା ବିରୋଧରେ ସେ କୋର୍ଟ ଅଫ ଆର୍ବିଟ୍ରେସନ ଫର୍‌ ସ୍ପୋର୍ଟରେ ଆବେଦନ କରିଛନ୍ତି, ଯାହାର ବିଚାର ଏପର୍ଯ୍ୟନ୍ତ ହୋଇ ନାହିଁ। ଭିନେଶ ରାଜନୀତିରେ ପ୍ରବେଶ କରିବେ କି ନାହିଁ? ସେ ଏପର୍ଯ୍ୟନ୍ତ କେଣସି ପ୍ରତିକ୍ରିୟା ଦେଇନାହାନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ପ୍ରଶଂସକ ଜାଣିବାକୁ ଚାହାନ୍ତି ଯେ ତାଙ୍କର ପରବର୍ତ୍ତୀ ପଦକ୍ଷେପ କ’ଣ ହେବ? ବର୍ତ୍ତମାନ ସମସ୍ତେ ତାଙ୍କ ପ୍ରତିକ୍ରିୟାକୁ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri