ଖେଳରତ୍ନ, ଅର୍ଜୁନ ପୁରସ୍କାର ଫେରାଇଲେ ଭିନେଶ

ନୂଆଦିଲ୍ଲୀ, ୨୭ା୧୨(ପି.ଟି.): ବିବାଦ ଘେରରେ ରହିଥିବା ଏମ୍‌ପି ତଥା ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ପୂର୍ବତନ ସଭାପତି ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ଅନୁଗତ ସଞ୍ଜୟ ସିଂ ମହାସଂଘର ସଭାପତି ଭାବେ ନିର୍ବାଚିତ ହେବାପରେ ବିବାଦ କ୍ରମେ ଘନେଇବାରେ ଲାଗିଛି। ଏହାକୁ ବିରୋଧ କରି ବିଶ୍ୱ ଚାମ୍ପିୟନଶିପ୍‌ ପଦକ ବିଜେତା ଭିନେଶ ଫୋଗଟ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଚିଠି ଲେଖି ସରକାରଙ୍କୁ ତାଙ୍କ ଖେଳରନତ୍ ଓ ଅର୍ଜୁନ ପୁରସ୍କାର ଫେରାଇ ଦେଇଛନ୍ତି। ଅଲିମ୍ପିକ ପଦକ ବିଜେତା ବଜରଙ୍ଗ ପୁନିଆ ଓ ବଧିର ଅଲିମ୍ପିକ୍ସ ଚାମ୍ପିୟନ ବୀରେନ୍ଦର ସିଂ ଯାଦବ ସେମାନଙ୍କ ପଦ୍ମଶ୍ରୀ ପୁରସ୍କାର ଫେରସ୍ତ କରିବା ପରେ ଏବେ ଭିନେଶ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ‘ଏକ୍ସ’ (ପୂର୍ବରୁ ଟୁଇଟର) ଆକାଉଣ୍ଟରେ ପୋଷ୍ଟ କରିଥିବା ଏହି ଚିଠି ଜରିଆରେ ଖେଳରନତ୍ ଓ ଅର୍ଜୁନ ପୁରସ୍କାର ଫେରାଇ ଦେଇଥିବା ଘୋଷଣା କରିଛନ୍ତି। ଗତ ଗୁରୁବାର ହୋଇଥିବା ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନରେ ବ୍ରିଜ୍‌ ଭୂଷଣଙ୍କ ଅନୁଗତ ଗୋଷ୍ଠୀ ୧୫ଟି ପଦବୀରୁ ୧୩ଟିରେ ବିଜୟଲାଭ କରିଛନ୍ତି। ସଞ୍ଜୟ ସିଂ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ବ୍ରିଜ୍‌ ଭୂଷଣଙ୍କ ଅନୁଗତଙ୍କୁ ଡବ୍ଲ୍ୟୁଏଫ୍‌ଆଇ ପ୍ରଶାସନରେ ସ୍ଥାନ ନ ଦେବା ଲାଗି କୁସ୍ତିଯୋଦ୍ଧାମାନେ ଦାବି କରିଥିଲେ। ନିର୍ବାଚନ ପରେ ରିଓ ଅଲିମ୍ପିକ ବ୍ରୋଞ୍ଜ ବିଜେତା ସାକ୍ଷୀ ମଲିକ ଖେଳରୁ ତାଙ୍କର ଅବସର ଘୋଷଣା କରିଥିଲେ। ତେବେ ପରବର୍ତ୍ତୀ ସମୟରେ ନବନିର୍ବାଚିତ ପରିଚାଳନା କମିଟି ନିଷ୍ପତ୍ତି ନେବାବେଳେ ସମ୍ବିଧାନର ଅନୁସରଣ କରି ନାହିଁ ବୋଲି ଦର୍ଶାଇ କ୍ରୀଡ଼ା ମନ୍ତ୍ରଣାଳୟ ଡବ୍ଲ୍ୟୁଏଫ୍‌ଆଇକୁ ସସ୍‌ପେଣ୍ଡ କରିଥିଲା। ବର୍ତ୍ତମାନ ପାଇଁ ଏହି କ୍ରୀଡ଼ା ମହାସଂଘର ପରିଚାଳନା ପାଇଁ ଏକ ଆଡ୍‌ହକ ପ୍ୟାନେଲ ଗଠନ କରିବାକୁ ଭାରତୀୟ ଅଲିମ୍ପିକ ଆସୋସିଏଶନକୁ କହିଛି। ଡବ୍ଲ୍ୟୁଏଫ୍‌ଆଇର ନୂଆ ପ୍ୟାନେଲ ଉଚିତ ପ୍ରକ୍ରିୟା ପାଳନ ନ କରି ତରବରିଆଭାବେ ୧୫ବର୍ଷରୁ କମ୍‌ ଏବଂ ୨୦ ବର୍ଷରୁ କମ୍‌ ଜାତୀୟ ପ୍ରତିଯୋଗିତା ପାଇଁ ଦିନ ଧାର୍ଯ୍ୟ କରିଥିଲା। ପ୍ରସ୍ତୁତି ଲାଗି କୁସ୍ତିଯୋଦ୍ଧାଙ୍କ ପାଇଁ ଯଥେଷ୍ଟ ସମୟର ଅଭାବ ରହିଥିଲା। ଏହି କାରଣରୁ ଡବ୍ଲ୍ୟୁଏଫ୍‌ଆଇକୁ ସସ୍‌ପେଣ୍ଡ କରାଯାଇଥିବା ସରକାରଙ୍କ ତରଫରୁ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?