ରାଷ୍ଟ୍ରପତି ଭବନ ଯିବେ ବିନିକାର ସୁରେଖା: ଆସିଲା ନିମନ୍ତ୍ରଣ

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ବିନିକା ସହର ମନହାରି ପଡାର ସୁରେଖା ମଲ୍ଲିକ ପ୍ରଶଂସାର ପାତ୍ର ପାଲଟିଛନ୍ତି। ଦେଶର ୭୯ତମ ସ୍ବାଧୀନତା ଦିବସ ପାଇଁ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ପାଖରୁ ତାଙ୍କ ନିକଟକୁ ନିମନ୍ତ୍ରଣ ଆସିଛି। ସନ୍ଧ୍ୟା ୬ଟାରେ ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ତାଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି। ସେ ରାତ୍ରୀଭୋଜନରେ ରାଷ୍ଟ୍ରପତି ଓ ଅନ୍ୟ ବରେଣ୍ୟ ଅତିଥିଙ୍କ ସହ ସାମିଲ ହେବେ। ଭାରତୀୟ ଡାକ ବିଭାଗ ମାଧ୍ୟମରେ ରାଷ୍ଟ୍ରପତି ଭବନ ଯିବା ପାଇଁ ନିମନ୍ତ୍ରଣ ପତ୍ର ପାଇବା ପରେ ସୁରେଖା ବେଶ ଖୁସି ଅଛନ୍ତି।
ଅଳ୍ପ ବୟସରେ ସ୍ବାମୀ ପ୍ରଶାନ୍ତ ମଲ୍ଲିକଙ୍କୁ ସୁରେଖା ହରାଇଛନ୍ତି। ଦୁଇ ପୁଅ ଓ ବୃଦ୍ଧା ଶାଶୁଙ୍କ ବୋଝକୁ ନେଇ ସେ ପରିବାର ସମ୍ଭାଳୁଛନ୍ତି। ଗତ ୨ବର୍ଷ ପୂର୍ବରୁ ଅସହାୟ ସୁରେଖାଙ୍କୁ ବିନିକା ଏନ୍‌ଏସି ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ସହରୀ)ରେ କାର୍ଯ୍ୟାଦେଶ ମିଳିଥିଲା। ସେହି ସମୟରେ ସ୍ବାମୀ ପ୍ରଶାନ୍ତ ରୋଗାକ୍ରାନ୍ତ ହୋଇ ଶଯ୍ୟାଶାୟୀ ଥିଲେ। ତେବେ ହିତାଧିକାରୀ ସୁରେଖା କଷ୍ଟ ଭିତରେ ସଂଘର୍ଷ କରି ଘର କାମକୁ ଠିକ୍‌ ସମୟରେ ସମ୍ପୂର୍ଣ୍ଣ କରିଥିଲେ। ସେ ଦୈନନ୍ଦିନ ରୋଜଗାର ପାଇଁ ବିଭିନ୍ନ ବସ୍ତି ଓ ହାଟକୁ ଯାଇ ନିଜର କୌଳିକ ବୃତ୍ତି ଚୁଡି କାମ କରନ୍ତି। ତାଙ୍କ ପରି ଜଣେ ଅସହାୟ ଓ ସାଧାରଣ ମହିଳାଙ୍କୁ ନିଜେ ରାଷ୍ଟ୍ରପତି ସ୍ବାଧୀନତା ଦିବସରେ ନୂଆଦିଲ୍ଲୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଗରିବ ଅସହାୟ ମହିଳା ସୁରେଖା ଏଥିପାଇଁ ଉଭୟ ରାଷ୍ଟ୍ରପତି ଓ ଦେଶ ପାଖରେ କୃତଜ୍ଞ ବୋଲି ପ୍ରତିକ୍ରିୟାରେ କହିଛନ୍ତି। ତେବେ ପ୍ରଶାସନ ପକ୍ଷରୁ ସୁରେଖାଙ୍କୁ ଭୁବନେଶ୍ୱର ପଠାଯିବାର ବ୍ୟବସ୍ଥା କରାଯାଇଛି। ରାଜ୍ୟ ସରକାର ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀ ଯିବାର ସମସ୍ତ ସୁବ୍ୟବସ୍ଥା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri