ମଦ ଦୋକାନରେ କରୋନା ମାର୍ଗଦର୍ଶିକା ଉଲ୍ଲଂଘନ…

ନୋଏଡା,୧୨।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ଜାରି ରହିଛି। ଉତ୍ତରପ୍ରଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କର ଚିନ୍ତା ବୃଦ୍ଧି ପାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ମଦ ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ନୋଏଡାର ଗୌତମବୁଦ୍ଧ ନଗରରେ ଏକ ମଦ ଦୋକାନ ଆଗରେ ଲୋକେ କରୋନା ମାର୍ଗଦର୍ଶିକାକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳୁଛି। ସାମାଜିକ ଦୂରତା ବଜାୟ ରଖିବା କରୋନା ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଅପରିହାର୍ଯ୍ୟ ହୋଇଥିବାବେଳେ ଲୋକେ ଏହାକୁ ମାନୁ ନାହାନ୍ତି। ଏବେ ଏକ ମଦ ଦୋକାନ ଆଗରେ ଜମା ହୋଇଥିବା ଭିଡ଼ ଦୃଶ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଇପିସି ଧାରା ୧୮୮ ଅନ୍ତର୍ଗତ ୨୧ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଗୌତମବୁଦ୍ଧ ନଗରରେ ମୋଟ ୫୨୪ ମଦ ଦୋକାନ ରହିଛି। ପୂର୍ବାହ୍ନ ୧୦ରୁ ସଂନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୋକାନଗୁଡ଼ିକ ଖୋଲା ରହୁଛି। ରାଜ୍ୟରେ ଲକ୍‌ଡାଉନ୍‌ ସତ୍ତ୍ୱେ ଗୌତମବୁଦ୍ଧ ନଗରରେ ମଦ ଦୋକାନ ଖୋଲିବାକୁ ସରକାରଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?