ସୂଚନା ଅଧିକାର ଆଇନକୁ ଅବମାନନା

ନୀଳଗିରି, ୨୨।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ ରୋକଠୋକ ମନା କରିଦିଆଯାଇଥିଲା। ଫଳରେ ସୂଚନା ଅଧିକାର ଆଇନକୁ ଅବମାନନା କରିବା ସହ ଉଲ୍ଲଂଘନ କରାଯାଇଥିବା ପ୍ରତିବାଦରେ ବିଧାୟକ ଷଡ଼ଙ୍ଗୀ ଆସନ୍ତା ୨୫ ତାରିଖଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନୀଳଗିରି ଆଇଟିଡ଼ିଏ ଅଫିସ୍‌ ଆଗରେ ଧାରଣା ଦେବା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏନେଇ ଷଡ଼ଙ୍ଗୀ ଘଟଣା ବିଷୟରେ ଏବଂ ଉକ୍ତ ବିଭାଗରେ ଉଭୟ କେନ୍ଦ୍ର, ରାଜ୍ୟ ସରକାରଙ୍କ ଅର୍ଥକୁ ହରିଲୁଟ୍‌ କରିଥିବାରୁ ତଥ୍ୟ ଦେଉ ନ ଥିବା ଅଭିଯୋଗ ଆଣିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ନୀଳଗିରିର ପୂର୍ବତନ ବିଧାୟକ ଷଡ଼ଙ୍ଗୀ ସୂଚନା ଆଇନ ବଳରେ ନୀଳଗିରି ଆଇଟିଡିଏର ବିଭିନ୍ନ ପ୍ରକଳ୍ପ ଓ ବିଭିନ୍ନ ଯୋଜନା ବିଷୟରେ ତଥ୍ୟ ମାଗିଥିଲେ। ତଥ୍ୟ ପ୍ରଦାନର ଅବଧି ଶେଷ ହେବା ପରେ ଅନେକ ଥର ଷଡ଼ଙ୍ଗୀ କାର୍ଯ୍ୟାଳୟକୁ ଯାଇ ତଥ୍ୟ ଦିଅନ୍ତୁ ବୋଲି କାର୍ଯ୍ୟାଳୟର ମୁଖ୍ୟ କିରାଣିଙ୍କୁ କହିବା ପରେ ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିଥିଲେ। ଶେଷରେ ଷଡ଼ଙ୍ଗୀ ଅଫିସ୍‌କୁ ତଥ୍ୟ ଆଣିବାକୁ ଯାଇଥିବା ବେଳେ ମୁଖ୍ୟ କିରାଣି ତଥ୍ୟ ଦିଆଯାଇପାରିବ ନାହିଁ ବୋଲି ରୋକଠୋକ ମନା କରିବା ସହ ପିଏଙ୍କ ସହ କଥା ହେବାକୁ କହିଥିଲେ। ପରେ ପିଏଙ୍କ ସହ ଘଟଣା ବିଷୟରେ ଫୋନରେ ଜଣାଇଥିଲେ। ମାତ୍ର କୌଣସି ସଫଳତା ମିଳି ନ ଥିଲା। ଏନେଇ ଗତ ୧୯ ତାରିଖରେ ଏକ ଖବରଦାତା ସମ୍ମିଳନୀରେ ଷଡ଼ଙ୍ଗୀ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri