ସୂଚନା ଅଧିକାର ଆଇନକୁ ଅବମାନନା

ନୀଳଗିରି, ୨୨।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ ରୋକଠୋକ ମନା କରିଦିଆଯାଇଥିଲା। ଫଳରେ ସୂଚନା ଅଧିକାର ଆଇନକୁ ଅବମାନନା କରିବା ସହ ଉଲ୍ଲଂଘନ କରାଯାଇଥିବା ପ୍ରତିବାଦରେ ବିଧାୟକ ଷଡ଼ଙ୍ଗୀ ଆସନ୍ତା ୨୫ ତାରିଖଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନୀଳଗିରି ଆଇଟିଡ଼ିଏ ଅଫିସ୍‌ ଆଗରେ ଧାରଣା ଦେବା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏନେଇ ଷଡ଼ଙ୍ଗୀ ଘଟଣା ବିଷୟରେ ଏବଂ ଉକ୍ତ ବିଭାଗରେ ଉଭୟ କେନ୍ଦ୍ର, ରାଜ୍ୟ ସରକାରଙ୍କ ଅର୍ଥକୁ ହରିଲୁଟ୍‌ କରିଥିବାରୁ ତଥ୍ୟ ଦେଉ ନ ଥିବା ଅଭିଯୋଗ ଆଣିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ନୀଳଗିରିର ପୂର୍ବତନ ବିଧାୟକ ଷଡ଼ଙ୍ଗୀ ସୂଚନା ଆଇନ ବଳରେ ନୀଳଗିରି ଆଇଟିଡିଏର ବିଭିନ୍ନ ପ୍ରକଳ୍ପ ଓ ବିଭିନ୍ନ ଯୋଜନା ବିଷୟରେ ତଥ୍ୟ ମାଗିଥିଲେ। ତଥ୍ୟ ପ୍ରଦାନର ଅବଧି ଶେଷ ହେବା ପରେ ଅନେକ ଥର ଷଡ଼ଙ୍ଗୀ କାର୍ଯ୍ୟାଳୟକୁ ଯାଇ ତଥ୍ୟ ଦିଅନ୍ତୁ ବୋଲି କାର୍ଯ୍ୟାଳୟର ମୁଖ୍ୟ କିରାଣିଙ୍କୁ କହିବା ପରେ ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିଥିଲେ। ଶେଷରେ ଷଡ଼ଙ୍ଗୀ ଅଫିସ୍‌କୁ ତଥ୍ୟ ଆଣିବାକୁ ଯାଇଥିବା ବେଳେ ମୁଖ୍ୟ କିରାଣି ତଥ୍ୟ ଦିଆଯାଇପାରିବ ନାହିଁ ବୋଲି ରୋକଠୋକ ମନା କରିବା ସହ ପିଏଙ୍କ ସହ କଥା ହେବାକୁ କହିଥିଲେ। ପରେ ପିଏଙ୍କ ସହ ଘଟଣା ବିଷୟରେ ଫୋନରେ ଜଣାଇଥିଲେ। ମାତ୍ର କୌଣସି ସଫଳତା ମିଳି ନ ଥିଲା। ଏନେଇ ଗତ ୧୯ ତାରିଖରେ ଏକ ଖବରଦାତା ସମ୍ମିଳନୀରେ ଷଡ଼ଙ୍ଗୀ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri