ଭିତରକନିକାରେ କୋଭିଡ୍‌ କଟକଣା ଉଲ୍ଲଂଘନ: ୫ ଶହ ବଦଳରେ ବୁଲିଲେ ୧୮୫୨ ପର୍ଯ୍ୟଟକ

ରାଜନଗର,୨୬ା୧୨(ଡି.ଏନ.ଏ.): ଶୁକ୍ରବାର ଥିଲା ବଡଦିନ । ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନଙ୍କ ଭିଡ ଜମିଥିଲା । କୋଭିଡ୍‌ କଟକଣା ଯୋଗୁ ଭିତରକନିକା ଭିତରକୁ ପ୍ରତିଦିନ ୫ଶହ ପର୍ଯ୍ୟଟକ ଯାଇ ପାରିବେ ବୋଲି ନିୟମ ହୋଇଥିଲା । ହେଲେ ଶୁକ୍ରବାର ୧୮୫୨ ପର୍ଯ୍ୟଟକ ଜାତୀୟ ଉଦ୍ୟାନକୁ ବିଭିନ୍ନ ପ୍ରବେଶ ପଥ ଦେଇ ପ୍ରବେଶ କରିଥିବା ଜଣାପଡିଛି । ଚାନ୍ଦବାଲି ବୋଟ୍‌ ଘାଟରୁ ୧୧ଟି ବୋଟ୍‌ରେ ୭୮ଜଣ, ଖୋଳାଜେଟିରୁ ୭୦ ବୋଟ୍‌ରେ ୫୩୫ ଜଣ, ଗୁପ୍ତିଘାଟରୁ ୨୧ ବୋଟ୍‌ରେ ୧୯୫ ଜଣ ଓ ଡାଙ୍ଗମାଳ ମୁଖ୍ୟ ପ୍ରବେଶ ପଥ ଦେଇ ୧୦୪୪ ଜଣ ପର୍ଯ୍ୟଟକ ଭିତରକନିକାକୁ ଯାଇଥିବା ଖବର ମିଳିଛି ।

କରୋନା କଟକଣା ଯୋଗୁ ଗତ ୭ମାସ ଧରି ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । କରୋନା ସଂକ୍ରମଣ କମିବା ପରେ ଅକ୍ଟୋବରଠାରୁ ରାତ୍ରି ଯାପନ ପାଇଁ ପର୍ଯ୍ୟଟକମାନଙ୍କୁ ଅନୁମତି ମିଳିଥିଲା । ଅକ୍ଟୋବର ୧୯ରୁ ଦୈନିକ ୫ଶହ ପର୍ଯ୍ୟଟକ ଏବଂ ଜଳପଥରେ ଆସୁଥିବା ପର୍ଯ୍ୟଟକମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ଭିତରକନିକାକୁ ଆସି ପାରିବେ ବୋଲି ବନ ବିଭାଗ କଟକଣା ଜାରି କରିଥିଲା । କିନ୍ତୁ ବଡ଼ଦିନରେ ବନ ବିଭାଗର ସବୁ କଟକଣା ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି । ଏ ସମ୍ପର୍କରେ ଭିତରକନିକା ବନାଞ୍ଚଳ ଅଧିକାରିଣୀ ସ୍ବାତୀ ମହାନ୍ତି କହିଛନ୍ତି, କଟକଣା ବଳବତ୍ତର ରହିଛି। ଆମେ ଅଧିକ ସଂଖ୍ୟକ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ସରକାରଙ୍କ ଦୃଷ୍ଟିଆକର୍ଷଣ କରିଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri