ନିୟମ ଉଲ୍ଲଂଘନ, ୫ ଦୋକାନ ସିଲ୍‌

ଅନୁଗୋଳ ଅଫିସ୍‌, ୮।୭

ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ବିଶେଷକରି ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଅନୁଗୋଳ ସହରର ଅନେକ ବ୍ୟବସାୟୀ ନିର୍ଦ୍ଦେଶ ଉଲ୍ଲଂଘନ କରୁଛନ୍ତି। ଏ ନେଇ ବାରମ୍ବାର ଅଭିଯୋଗ ପରେ ମଙ୍ଗଳବାର ଉପଜିଲାପାଳ ବାସୁଦେବ ଶତପଥୀ ଅନ୍ୟ ଅଧିକାରୀ, ପୋଲିସ ସହ ସହରରେ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ସମୟରେ ନିୟମ ମାନୁ ନ ଥିବା ୫ଟି ବ୍ୟବସାୟିକ ପ୍ରତିଷ୍ଠାନକୁ ସିଲ୍‌ କରିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଅପରାହ୍ନରେ ଉପଜିଲାପାଳଙ୍କ ସହ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଶମ୍ବୁନାଥ ନାୟକ, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ଓ ଏସ୍‌ଆଇ ପ୍ରକାଶ ମାଝି ପ୍ରମୁଖ ସହରରେ ଯାଞ୍ଚ କରିଥିଲେ। ୨ଟା ବାଜିସାରିଥିଲେ ମଧ୍ୟ ମେଡିକାଲ ଛକର ଏକ ତେଜରାତି ଦୋକାନରେ ପ୍ରବଳ ଗହଳି ହୋଇଥିବା ଉପଜିଲାପାଳ ଦେଖି ତାହାକୁ ସିଲ୍‌ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଦୋକାନ ରାସ୍ତା ଉପରକୁ ବଢ଼ିଥିବାରୁ ୩ ଫୁଟ ଆଜବେଷ୍ଟ ଭାଙ୍ଗିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ସହରର ଆଉ ଏକ ଦୋକାନ ଭିତରେ ଲୋକଙ୍କ ଗହଳି ଥିଲା। ଦୋକାନ ମାଲିକ ଓ ଭିତରେ ଥିବା କେତେଜଣ ମାସ୍କ ପିନ୍ଧି ନ ଥିଲେ। ଦୋକାନ ବନ୍ଦ ରଖିବା ସମୟ ଗଡ଼ି ଯାଇଥିବାରୁ ପ୍ରଶାସନ ଉକ୍ତ ଦୋକାନ ସିଲ୍‌ କରିଥିଲା। ଏହାପରେ ବିବାହ ସାମଗ୍ରୀ ବିକ୍ରି ହେଉଥିବା ଏକ କପଡ଼ା ଦୋକାନରେ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା। ଲୋକମାନେ କପଡ଼ା କିଣାକିଣି କରିବାକୁ ଭିଡ଼ ଜମାଇଥିଲେ। ତେଣୁ ଦୋକାନକୁ ସିଲ୍‌ କରାଯାଇଥିବା ସୂଚନା ମିଳିଛି। ଏଥିସହ ଅନ୍ୟ ଦୁଇଟି ଦୋକାନରେ ମଧ୍ୟ ପ୍ରଶାସନ ତାଲା ପକାଇଛି। ଏ ନେଇ ଉପଜିଲାପାଳ ଶତପଥୀ କହିଛନ୍ତି, ଜିଲା ପ୍ରଶାସନ ପକ୍ଷରୁ ବ୍ୟବସାୟୀ, ସାଧାରଣ ଲୋକଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। କିନ୍ତୁ ବ୍ୟବସାୟୀମାନେ ଏହାକୁ ଅମାନ୍ୟ କରୁଛନ୍ତି। ଦିଆଯାଇଥିବା ସମୟ ପରେ ଦୋକାନ ଖୋଲି ବ୍ୟବସାୟ କରୁଥିବା ଓ ଗହଳି କରୁଥିବାରୁ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri