ନିୟମ ଉଲ୍ଲଂଘନ, ୫ ଦୋକାନ ସିଲ୍‌

ଅନୁଗୋଳ ଅଫିସ୍‌, ୮।୭

ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ବିଶେଷକରି ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଅନୁଗୋଳ ସହରର ଅନେକ ବ୍ୟବସାୟୀ ନିର୍ଦ୍ଦେଶ ଉଲ୍ଲଂଘନ କରୁଛନ୍ତି। ଏ ନେଇ ବାରମ୍ବାର ଅଭିଯୋଗ ପରେ ମଙ୍ଗଳବାର ଉପଜିଲାପାଳ ବାସୁଦେବ ଶତପଥୀ ଅନ୍ୟ ଅଧିକାରୀ, ପୋଲିସ ସହ ସହରରେ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ସମୟରେ ନିୟମ ମାନୁ ନ ଥିବା ୫ଟି ବ୍ୟବସାୟିକ ପ୍ରତିଷ୍ଠାନକୁ ସିଲ୍‌ କରିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଅପରାହ୍ନରେ ଉପଜିଲାପାଳଙ୍କ ସହ ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଶମ୍ବୁନାଥ ନାୟକ, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ଓ ଏସ୍‌ଆଇ ପ୍ରକାଶ ମାଝି ପ୍ରମୁଖ ସହରରେ ଯାଞ୍ଚ କରିଥିଲେ। ୨ଟା ବାଜିସାରିଥିଲେ ମଧ୍ୟ ମେଡିକାଲ ଛକର ଏକ ତେଜରାତି ଦୋକାନରେ ପ୍ରବଳ ଗହଳି ହୋଇଥିବା ଉପଜିଲାପାଳ ଦେଖି ତାହାକୁ ସିଲ୍‌ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଦୋକାନ ରାସ୍ତା ଉପରକୁ ବଢ଼ିଥିବାରୁ ୩ ଫୁଟ ଆଜବେଷ୍ଟ ଭାଙ୍ଗିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ସହରର ଆଉ ଏକ ଦୋକାନ ଭିତରେ ଲୋକଙ୍କ ଗହଳି ଥିଲା। ଦୋକାନ ମାଲିକ ଓ ଭିତରେ ଥିବା କେତେଜଣ ମାସ୍କ ପିନ୍ଧି ନ ଥିଲେ। ଦୋକାନ ବନ୍ଦ ରଖିବା ସମୟ ଗଡ଼ି ଯାଇଥିବାରୁ ପ୍ରଶାସନ ଉକ୍ତ ଦୋକାନ ସିଲ୍‌ କରିଥିଲା। ଏହାପରେ ବିବାହ ସାମଗ୍ରୀ ବିକ୍ରି ହେଉଥିବା ଏକ କପଡ଼ା ଦୋକାନରେ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା। ଲୋକମାନେ କପଡ଼ା କିଣାକିଣି କରିବାକୁ ଭିଡ଼ ଜମାଇଥିଲେ। ତେଣୁ ଦୋକାନକୁ ସିଲ୍‌ କରାଯାଇଥିବା ସୂଚନା ମିଳିଛି। ଏଥିସହ ଅନ୍ୟ ଦୁଇଟି ଦୋକାନରେ ମଧ୍ୟ ପ୍ରଶାସନ ତାଲା ପକାଇଛି। ଏ ନେଇ ଉପଜିଲାପାଳ ଶତପଥୀ କହିଛନ୍ତି, ଜିଲା ପ୍ରଶାସନ ପକ୍ଷରୁ ବ୍ୟବସାୟୀ, ସାଧାରଣ ଲୋକଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। କିନ୍ତୁ ବ୍ୟବସାୟୀମାନେ ଏହାକୁ ଅମାନ୍ୟ କରୁଛନ୍ତି। ଦିଆଯାଇଥିବା ସମୟ ପରେ ଦୋକାନ ଖୋଲି ବ୍ୟବସାୟ କରୁଥିବା ଓ ଗହଳି କରୁଥିବାରୁ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri