ଅମାନିଆଙ୍କୁ ୮୫,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୧୩ା୮: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ଦିନକୁ ଏହାର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏପରିକି ଅପରାହ୍ନ ୪ ଟାଠାରୁ ତା’ପରଦିନ ସକାଳ ୬ ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ମଧ୍ୟ ଘୋଷଣା କରାଯାଇଛି। ହେଲେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଜିଲାରେ ଅଯଥାରେ ଘୂରି ବୁଲୁଥିବା ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରିବା ସହ ସେମାନଙ୍କ ବିରୋଧରେ ଇ-ଚାଲାଣ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ଅଯଥାରେ ଘୂରି ବୁଲୁଛନ୍ତ। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଠାରୁ ପ୍ରତିଦିନ ମୋଟା ଅଙ୍କର ଜରିମାନା ଆଦାୟ କରୁଛି। ଗତ ୧୨ ତାରିଖ ସକାଳ ୬ରୁ ୧୩ ତାରିଖ ସକାଳ ୬ଟା ସୁଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଚେକିଂ କରାଯାଇ ମାସ୍କ ପିନ୍ଧି ନ ଥିବା ୯୧ ଜଣଙ୍କ ଠାରୁ ୧୮ ହଜାର ୨୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୭୦ ଜଣ ଅମାନିଆ ଗାଡ଼ି ଚାଳକଙ୍କୁ ୮୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି। ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ଜଣଙ୍କୁ ଗିରଫ କରିବା ସହ ୧୦ ଲିଟର ମଦ ଜବତ କରିଛି । ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ କରି ପୃଥକ ଭାବେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ଜୁଆଡ଼ିଙ୍କୁ ଗିରଫ କରିଛି। ୧୫ ଜଣଙ୍କୁ ଗିରଫ ନୋଟିସ ଦେଇଛି। ସେହିପରି ରାସ୍ତାରେ ଛେପ ପକାଇଥିବା ଅଭିଯୋଗରେ ପୋଲିସ ଅମାନିଆଙ୍କ ନିକଟରୁ ୨୯ ହଜାର ୪ ଶହ ଟଙ୍କା ଜରିମାନା ମଧ୍ୟ ଆଦାୟ କରିଛି। ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ୍‌ ଜରିଆରେ ଗୁରୁବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri