ଅମାନିଆଙ୍କୁ ୮୫,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୧୩ା୮: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ଦିନକୁ ଏହାର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏପରିକି ଅପରାହ୍ନ ୪ ଟାଠାରୁ ତା’ପରଦିନ ସକାଳ ୬ ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ମଧ୍ୟ ଘୋଷଣା କରାଯାଇଛି। ହେଲେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଜିଲାରେ ଅଯଥାରେ ଘୂରି ବୁଲୁଥିବା ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରିବା ସହ ସେମାନଙ୍କ ବିରୋଧରେ ଇ-ଚାଲାଣ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ଅଯଥାରେ ଘୂରି ବୁଲୁଛନ୍ତ। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଠାରୁ ପ୍ରତିଦିନ ମୋଟା ଅଙ୍କର ଜରିମାନା ଆଦାୟ କରୁଛି। ଗତ ୧୨ ତାରିଖ ସକାଳ ୬ରୁ ୧୩ ତାରିଖ ସକାଳ ୬ଟା ସୁଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଚେକିଂ କରାଯାଇ ମାସ୍କ ପିନ୍ଧି ନ ଥିବା ୯୧ ଜଣଙ୍କ ଠାରୁ ୧୮ ହଜାର ୨୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୭୦ ଜଣ ଅମାନିଆ ଗାଡ଼ି ଚାଳକଙ୍କୁ ୮୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି। ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ଜଣଙ୍କୁ ଗିରଫ କରିବା ସହ ୧୦ ଲିଟର ମଦ ଜବତ କରିଛି । ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ କରି ପୃଥକ ଭାବେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ଜୁଆଡ଼ିଙ୍କୁ ଗିରଫ କରିଛି। ୧୫ ଜଣଙ୍କୁ ଗିରଫ ନୋଟିସ ଦେଇଛି। ସେହିପରି ରାସ୍ତାରେ ଛେପ ପକାଇଥିବା ଅଭିଯୋଗରେ ପୋଲିସ ଅମାନିଆଙ୍କ ନିକଟରୁ ୨୯ ହଜାର ୪ ଶହ ଟଙ୍କା ଜରିମାନା ମଧ୍ୟ ଆଦାୟ କରିଛି। ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ୍‌ ଜରିଆରେ ଗୁରୁବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri