ମାନବାଧିକାର ଉଲ୍ଲଂଘନକାରୀ ଏଠି ପଦବୀର ମାଲିକ : କଂଗ୍ରେସ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଜନସାଧାରଣଙ୍କ ଅଧିକାରକୁ ସୁରକ୍ଷା ପ୍ରଦାନ ତଥା ପୋଲିସକୁ ଲୋକାଭିମୁଖୀ କରିବା ପାଇଁ ଦେଶରେ ବିଭିନ୍ନ ନ୍ୟାୟିକ ଓ ଅର୍ଦ୍ଧନ୍ୟାୟିକ ପ୍ରତିଷ୍ଠାନ କାର୍ଯ୍ୟକରୁଛି। କିନ୍ତୁ ରାଜ୍ୟ ସରକାରଙ୍କୁ ମାନବାଧିକାରର କୌଣସି ଖାତିର ନ ଥିବା କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି, ସୁପ୍ରିମ କୋର୍ଟ ମୁଖ୍ୟ ବିଚାରପତି ଏକ ଟିପ୍ପଣୀ କରିଥିଲେ କି ସବୁଠାରୁ ଅଧିକ ମାନବାଧିକାର ଆଇନର ଉଲ୍ଲଂଘନ ପୋଲିସ ଥାନାରେ ହେଉଛି। ଓଡିଶା ମଧ୍ୟ ଏଥିରୁ ବାଦ ପଡିନି। କିଛିଦିନ ତଳେ ଅନୁଗୋଳର ଜଣେ ପୋଲିସ ଅଧିକାରୀ ଅଶ୍ୱିନୀ ସାହୁଙ୍କ ବିରୋଧରେ ନାରୀ ନିର୍ଯାତନାର ଅଭିଯୋଗ ଆସିଥିଲା। କିନ୍ତୁ ରାଜ୍ୟ ସରକାର ସେଭଳି ଜଣେ ଅଫିସରଙ୍କୁ ମହିଳା ଓ ଶିଶୁ ଅଧିକାରୀ ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ରାଜ୍ୟ କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯାଉଛି ବୋଲି ସେ କହିଛନ୍ତି। ଏହିଭଳି ରାଜ୍ୟରେ ଏକାଧିକ ପୋଲିସ ଅଧିକାରୀ ମାନବିକ ଅଧିକାର ଉଲ୍ଲଂଘନ ଘଟଣାରେ ଜାତୀୟ ଓ ରାଜ୍ୟ ମାନବାଧିକାର କମିଶନଙ୍କ ଦ୍ୱାରା ଦଣ୍ଡିତ ହୋଇ ମଧ୍ୟ ରାଜ୍ୟ ସରକାର ସେମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ଥଇଥାନ କରୁଛନ୍ତି। କୌଣସି ଥାନାରେ ହାଜତ ମୃତ୍ୟୁ ହେଲେ କାର୍ଯ୍ୟାନୁଷ୍ଠାନ ବଦଳରେ କେବଳ ସଂପୃକ୍ତ ଥାନା ଅଧିକାରୀଙ୍କୁ ବଦଳି କରାଯାଇ ଅନ୍ୟଏକ ଥାନାର ଦାୟିତ୍ୱ ଦିଆଯାଉଛି। ଏ ପରିସ୍ଥିତିରେ ସଂପୃକ୍ତ ଅଧିକାରୀଙ୍କଠାରୁ ମାନବାଧିକାର ସୁରକ୍ଷା ଆଶା କରାଯିବା ବୃଥା ବୋଲି କଂଗ୍ରେସ କହିଛି। ତେଣୁ ମାନବାଧିକାର ଉଲ୍ଲଂଘନ କରିଥିବା ପୋଲିସ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାସହ ସାଧାରଣ ଲୋକଙ୍କ ମାନବାଧିକାର ସୁରକ୍ଷା ପାଇଁ ପୋଲିସକୁ କଡ଼ା ନିର୍ଦ୍ଦେଶ ଦେବାକୁ ରାଜ୍ୟ ସରକାରଙ୍କ ନିକଟରେ କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri