ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାସତ୍ତ୍ୱେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ମତଦାନରେ ଏହାର ପୁନରାବୃତ୍ତି ଘଟିଛି। ସରକାରୀ ତଥା ପ୍ରଶାସନିକ ଅବହେଳାରୁ ଏପରି ହିଂସାକାଣ୍ଡ ଘଟୁଥିବା କଂଗ୍ରେସ ଅଭିଯୋଗ କରିଛି।
କଂଗ୍ରେସ ରାଜ୍ୟ ପ୍ରବକ୍ତା ସୁଦର୍ଶନ ଦାସ ଅଭିଯୋଗ କରିଛନ୍ତି, ପୋଲିସ ଉପସ୍ଥିତିରେ ବି ହିଂସାକାଣ୍ଡ ଘଟୁଛି। ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ବ୍ଲକର ବିଭିନ୍ନ ପଞ୍ଚାୟତରେ ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଘଟଣାରେ ସରକାରୀ ଅଫିସରମାନେ ସହଯୋଗ କରିଥିବା ପ୍ରମାଣ ରହିଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଏଠାରେ ବ୍ୟାପକ ହିଂସାକାଣ୍ଡ ଓ ପୋଡ଼ାଜଳା ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ବୁଥ୍‌ ଦଖଲ ଓ ରିଗିଂ ଯୋଗୁ ପୁନଃନିର୍ବାଚନ ହୋଇଥିଲା। ଏହା ସତ୍ତ୍ୱେ ଚଳିତ ନିର୍ବାଚନକୁ ଶୃଙ୍ଖଳିତ ତଥା ସୁରକ୍ଷିତ କରିବା ପାଇଁ କୌଣସି ପ୍ରତିକାର କରାଯାଇ ନ ଥିଲା। ଯେଉଁସବୁ ପଞ୍ଚାୟତର ବୁଥ୍‌ଗୁଡିକରେ ଏଭଳି ଅଭିଯୋଗ ଆସିଛି, ତା’ର ବିହିତ ତଦନ୍ତ ସହିତ ସେହି ସ୍ଥାନଗୁଡିକରେ ପୁନଃ ମତଦାନ ସହ କର୍ତ୍ତବ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି।
ଅନ୍ୟପକ୍ଷରେ କଂଗ୍ରେସର ଏକ ପ୍ରତିନିଧି ଦଳ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଉକ୍ତ ସ୍ମାରକପତ୍ରରେ ଶୁକ୍ରବାର ବିଭିନ୍ନ ସ୍ଥାନରେ ଘଟିଥିବା ନିର୍ବାଚନୀ ହିଂସା ଓ ପ୍ରଶାସନର ଅବହେଳା ସମ୍ପର୍କରେ ଉଲ୍ଲେଖ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ ଓ ପୁନଃ ନିର୍ବାଚନ ଘୋଷଣା ପାଇଁ କଂଗ୍ରେସ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ପ୍ରତିନିଧି ଦଳରେ କଂଗ୍ରେସର ନିର୍ବାଚନ ଗଣମାଧ୍ୟମ ମୁଖ୍ୟ ମନୋଜ ମହାପାତ୍ର, ଏଆଇସିସି ସଭ୍ୟ ଶାନ୍ତନୁ ସାହୁ ଓ ସିର୍ଦ୍ଧାଥ ମହାନ୍ତି ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?