Posted inଜାତୀୟ

ମଣିପୁରରେ ପୁଣି ହିଂସା!

ଇମ୍ଫାଲ,୧୭।୧: ବୁଧବାର ସକାଳେ ମଣିପୁରର ମୋରେହ ଜିଲାରେ ସୁରକ୍ଷା ବାହିନୀ ଏବଂ ସନ୍ଦିଗ୍ଧ କୁକି ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା, ଏହା ପରେ ସିଡିଏ ଅଧିକାରୀଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ପୋଲିସର ସୂଚନାନୁସାରେ, ଆତଙ୍କବାଦୀମାନେ ବୋମା ଫିଙ୍ଗି ଏସବିଆଇ ମୋରେହ ନିକଟରେ ଥିବା ଏକ ସୁରକ୍ଷା ପୋଷ୍ଟରେ ଗୁଳି ଚଳାଇଥିଲେ।

ପୋଲିସ କହିଛି କି ଜଣେ ପୋଲିସ ଅଧିକାରୀଙ୍କ ହତ୍ୟା ଘଟଣାରେ ସୀମାବର୍ତ୍ତି ସହରରେ ସାଜ୍ୟ ସୁରକ୍ଷା ବାହୀନି ଦ୍ୱାରା ୨ ସନ୍ଦିଗ୍ଧଙ୍କୁ ଗିରଫ କରିବାର ୪୮ ଘଣ୍ଟା ପରେ ସନ୍ଦିଗ୍ଧ କୁକି ଉଗ୍ରବାଦୀ ସୁରକ୍ଷାର୍କମୀଙ୍କ ଶିବିର ଉପରକୁ ଗୁଳିମାଡ କରିଥିଲେ। ଏହାପୂର୍ବରୁ, ମଣିପୁର ସରକାର ଜାନୁଆରୀ ୧୬ ମଧ୍ୟରାତ୍ରିରୁ ତେଙ୍ଗନୋଉପଲରେ ଶାନ୍ତିର ଭଙ୍ଗ ହେବା, ସାର୍ବଜନିନ ସଦଭାବ ବିଗିଡିବା ତଥା ମାନବ ଜୀବନ ତଥା ସମ୍ପତ୍ତି ପ୍ରତି ଘୋର ବିପଦ ଆଶଙ୍କା କରି ସରକାର ସମ୍ପୂର୍ଣ୍ଣ କର୍ଫ୍ୟୁ ଲାଗୁ କରିଥିଲେ।
ଜିଲା ମାଜିଷ୍ଟ୍ରେଟ ତେଙ୍ଗନୁପାଲଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି ଯେ ଆଇନ ଶୃଙ୍ଖଳା ପରିସ୍ଥିତି ତଥା ଅତ୍ୟାବଶ୍ୟକ ସେବା ସହ ଜଡିତ ସରକାରୀ ଏଜେନ୍ସିଗୁଡିକ ଉପରେ କର୍ଫ୍ୟୁ ଲାଗୁ ହେବ ନାହିଁ। ଏହି ସମୟରେ, ଏକ ରିପୋର୍ଟରେ କୁହାଯାଇଛି ଯେ ମଙ୍ଗଳବାର ରାତିରେ ଇମ୍ଫାଲ ପଶ୍ଚିମ ଜିଲାର କାଉଟ୍ରୁକ ଗ୍ରାମରେ ଗ୍ରାମ ସ୍ବେଚ୍ଛାସେବୀ ତଥା କୁକି ଉଗ୍ରବାଦୀଙ୍କ ମଧ୍ୟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା। ଅଧିକାରୀ କହିଛନ୍ତି ଯେ କେନ୍ଦ୍ରୀୟ ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ପହଞ୍ଚିବା ପରେ ଆକ୍ରମଣକାରୀମାନେ ଗୁଳି ଚଳାଇବା ବନ୍ଦ କରି ଦେଇଛନ୍ତି।
ପୋଲିସ ଅଧିକାରୀଙ୍କ କହିବାନୁସାରେ, ସନ୍ଦିଗ୍ଧଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଜବତ କରାଯାଇଛି। ଅଧିକାରୀ କହିଛନ୍ତି ଯେ ଦୁଇ ଅଭିଯୁକ୍ତଙ୍କ ସର୍ତ୍ତମୂଳକ ମୁକ୍ତ ହେବା ଦାବିରେ ବହୁ ସଂଖ୍ୟାରେ ମହିଳା ମୋରେହ ପୋଲିସ ଷ୍ଟେଶନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଚୁରଚାନ୍ଦପୁର ଜିଲାର ଆଦିବାସୀ ନେତା ଫୋରମ (ଆଇଟିଏଲଏଫ) ଏବଂ କାଙ୍ଗପୋକପି ଜିଲାର ଆଦିବାସୀ ଏକତା କମିଟି (ସିଓଟିୟୁ) କୁକି ଇନପି ତେଙ୍ଗନୁପାଲ (କିଟ) ଏହି ଦୁଇଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri