Posted inଜାତୀୟ

ପଶ୍ଚିମବଙ୍ଗରେ ପୁଣି ତେଜିଲା ହିଂସା: ୯ବର୍ଷର ଝିଅକୁ ଅତି ନୃଶଂସ ଭାବରେ ବଳାତ୍କାର କରି ହତ୍ୟା, ପୋଲିସ ଆଉଟପୋଷ୍ଟ ଜାଳିଦେଲେ…

କୋଲକାତା,୫ା୧୦: ପଶ୍ଚିମବଙ୍ଗର ୨୪ ପ୍ରଗଣା ଜିଲା ଜୟନଗର ଅଞ୍ଚଳର ଏକ ସନ୍ତସନ୍ତିଆ ସ୍ଥାନରୁ ଶନିବାର ସକାଳେ ଜଣେ ୧୦ ବର୍ଷୀୟା ବାଳିକାଙ୍କ ମୃତଦେହ ମିଳିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ସ୍ଥାନୀୟ ଲୋକେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପୋଲିସ ଆଉଟପୋଷ୍ଟକୁ ଜାଳିଦେଇଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁଯାୟୀ, ନାବାଳିକା ଜଣକ ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିଲେ। ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତେବେ ନାବାଳିକା ନିଖୋଜ ସମ୍ପର୍କରେ ଶୁକ୍ରବାର ରାତିରେ ଅଭିଯୋଗ ସତ୍ତ୍ୱେ ପୋଲିସ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। କାର୍ଯ୍ୟାନୁଷ୍ଠାନରେ ବିଳମ୍ବରୁ ନାବାଳିକାଙ୍କ ମୃତ୍ୟୁ ଘଟିଲା ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ଲୋକେ ମହିସମାରି ଫାଣ୍ଡିରେ ନିଆଁ ଲଗାଇବା ସହ ପୋଲିସ ଉପରକୁ ଟେକାମାଡ଼ କରିଥିଲେ। ଫାଣ୍ଡି ବାହାରେ ଥିବା କେତେଗୁଡ଼ିଏ ଗାଡ଼ିକୁ ମଧ୍ୟ ଉତ୍ତ୍ୟକ୍ତ ଲୋକେ ଭଙ୍ଗାରୁଜା କରିଛନ୍ତି। ଲୋକଙ୍କ ଆକ୍ରମଣରେ ଭୟଭୀତ ପୋଲିସ କର୍ମଚାରୀ ଫାଣ୍ଡି ଛାଡ଼ି ପଳାଇଯାଇଥିବା ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ବିକ୍ଷୋଭକାରୀମାନେ ଏସ୍‌ଡିପିଓ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଅଟକ ରଖିବାକୁ ଉଦ୍ୟମ କରିବାରୁ ସ୍ଥିତି ନିୟନ୍ତ୍ରଣ ପାଇଁ ସେଠାକୁ ଅଧିକ ପୋଲିସ ଫୋର୍ସ ପଠାଯିବା ସହ ଲୁହବୁହା ବାଷ୍ପ ଛଡ଼ାଯାଇଛି।

ନାବାଳିକାଙ୍କ ପରିବାର ସଦସ୍ୟ ମହିସମାରି ଫାଣ୍ଡିରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଗତ ଅଗଷ୍ଟରେ ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୋଲଇସ ଯେଉଁଭଳି ଢଙ୍ଗରେ କାର୍ଯ୍ୟ କରିଥିଲା, ଏଠାରେ ମଧ୍ୟ ଅନୁରୂପ ଭାବେ କାର୍ଯ୍ୟାନୁଷ୍ଠାନରେ ବିଳମ୍ବ କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଦଣ୍ଡିତ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ କହିଛନ୍ତି। ଏତଲା ଗ୍ରହଣ କରିବାରେ ବିଳମ୍ବ ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ଗ୍ରାମବାସୀ ଦାବି କରିଛନ୍ତି। ଅନ୍ୟପକ୍ଷରେ ନାବାଳିକା ନିଖୋଜ ଅଭିଯୋଗ ପାଇବା ପରେ କାର୍ଯ୍ୟାନୁଷ୍ଠାନ ନେଇ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri