Posted inଜାତୀୟ

ପଶ୍ଚିମବଙ୍ଗରେ ପୁଣି ହିଂସା: ଭାଜପା ନେତାଙ୍କ କାର୍ଯ୍ୟକ୍ରମରେ ପଥର ମାଡ

କୋଲକାତା,୨।୪: ପଶ୍ଚିମବଙ୍ଗରେ ରବିବାର ପୁଣି ଥରେ ହିଂସା ଦେଖାଦେଇଛି। ହୁଗଳିରେ ଭାଜପାର ଶୋଭା ଯାତ୍ରା ସମୟରେ ଅଗ୍ନିକାଣ୍ଡ ଏବଂ ଓ ପଥର ଫିଙ୍ଗା ହୋଇଛି। ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦିଲୀପ ଘୋଷଙ୍କ ହୁଗଳିରେ ରାମ ନବମୀ ପରେ ହୋଇଥିବା କାର୍ଯ୍ୟକ୍ରମରେ ଏହି ଘଟଣା ଘଟିଛି।
ଦିଲୀପ ଘୋଷ କହିଛନ୍ତି, ଶୋଭା ଯାତ୍ରା ସମୟରେ ମହିଳା ଓ ଶିଶୁମାନଙ୍କ ଉପରେ ପଥର ମାଡ କରାଯାଇଥିଲା। ହାୱାଡା ହିଂସା ପରେ ମଧ୍ୟ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି। ବର୍ତ୍ତମାନ ସୁଦ୍ଧା ପଥର ଫିଙ୍ଗାଯାଉଛି ଏବଂ ଯାନବାହନ ଭଙ୍ଗାରୁଜା କରାଯାଉଛି।

ଏହାପୂର୍ବରୁ, ରାମ ନବମୀ ଦିନ ପଶ୍ଚିମବଙ୍ଗର ହାୱଡା ସହରର କାଜିପଡା ଅଞ୍ଚଳରେ ହିଂସା ହୋଇଥିଲା। ରାମ ନବମୀ ଶୋଭାଯାତ୍ରା କାଜିପଡା ଅଞ୍ଚଳ ଦେଇ ଯାଉଥିବା ବେଳେ ହିଂସା ଘଟିଥିଲା। ହିଂସା ସମୟରେ ଅନେକ ଦୋକାନ ଏବଂ ଅଟୋ-ରିକ୍ସା ଭଙ୍ଗାରୁଜା ହୋଇଥିବାବେଳେ କିଛି ପୋଲିସ ଗାଡି ସମେତ ଅନେକ କାରରେ ନିଆଁ ଲାଗିଯାଇଥିଲା। ମୁଖ୍ୟମନ୍ତ୍ରୀ ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି ଏବଂ ବଜରଙ୍ଗ ଦଳ ଭଳି ଅନ୍ୟ ଦକ୍ଷିଣପନ୍ଥୀ ସଂଗଠନ ହାଓ୍ବାଡାରେ ହୋଇଥିବା ହିଂସା ଘଟଣାରେ ଜଡିତ ଅଛନ୍ତି। ଏହି ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ସେ ଲୋକଙ୍କୁ ନିବେଦନ କରିଥିଲେ। ଏହି ହିଂସା ଘଟଣାରେ ୪୫ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri