ଗୁଣିଗାରେଡିରୁ ମହିଳାଙ୍କ ପ୍ରତି ହିଂସା: ସୂଚନା ପ୍ରଦାନକାରୀଙ୍କୁ ପୁରସ୍କାର

ଛତ୍ରପୁର,୯।୩(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଗୁଣି ଗାରେଡିକୁ ନେଇ ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ସମ୍ପର୍କରେ ଯେଉଁ ଖବରଦାତା ଜିଲା ପ୍ରଶାସନକୁ ପ୍ରଥମେ ଜଣାଇବେ ତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ। ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଓସ୍ବାନ ହଲ୍‌ଠାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତଥା ମହିଳା ଅଧିକାରୀ ଲୀନା କୁମାରୀ ଖେସଙ୍କୁ ସମ୍ମାନିତ ଅତିଥି କରାଯାଇଥିଲା । ଜିଲାପାଳ କୁଲାଙ୍ଗେ ମୁଖ୍ୟ ଅତିଥି ଭାବେ ଭିସି ଦ୍ୱାରା ସମସ୍ତ ବ୍ଲକ ସହ ଯୋଡିହୋଇ ତାଙ୍କ ବକ୍ତବ୍ୟରେ ଆହୁରି କହିଥିଲେ ଯେ, ଶିକ୍ଷାରୁ ହିଁ ନାରୀ ଶକ୍ତି ସଶକ୍ତ ହୋଇପାରିବେ। ପ୍ରଥମରୁ ଉଚିତ ଶିକ୍ଷା ବ୍ୟବସ୍ଥା କରିପାରିଲେ ସେମାନେ ସ୍ବାବଲମ୍ବୀ ହେବେ। ଜିଲାରେ ମୋ ଗେହ୍ଲା ଝିଅ, ନିର୍ଭୟା କଢି ଭଳି ଯେତେ ଯୋଜନା ରହିଛ, ସେଗୁଡିକୁ ଆହୁରି ସୁଦୃଢ କରିବାକୁ ହେବ। ଜିଲା ସମାଜ ମଙ୍ଗଳ ଅଧିକାରୀ ସୁରେଖା ସୁନ୍ଦରୀ ମଲ୍ଲିକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ମଙ୍ଗଳ ଅଧିକାରୀ ପରୀକ୍ଷିତ ଦାଶ, ଶିଶୁ କଲ୍ୟାଣ କମିଟି ସଦସ୍ୟା ସି. ଏଚ. ଜ୍ୟୋତି, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବ୍ରତ କୁମାର ଷଡଙ୍ଗୀ, ଶିଶୁ ବିକାଶ ଯୋଜନା ଅଧିକାରୀ ଛତ୍ରପୁର କ୍ରିଷ୍ଣା କୁମାରୀ ନନ୍ଦ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏକ୍ସନ ଏଡର ଜିଲା ସଂଯୋଜକ ଦେବବ୍ରତ ମାହୁନ୍ତ ସମସ୍ତ ସୁପରିଚାଳନା କରିଥିବା ବେଳେ ମହିଳା ଓ ଶିଶୁ ସୁରକ୍ଷା ଅଧିକାରୀ ସଙ୍ଗୀତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ କୁମାର ଷଡଙ୍ଗୀ, ମିଶନ ଶକ୍ତିର ଜିଲା ପ୍ରକଳ୍ପ ସଂଯୋଜକ ଶାଶ୍ୱତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?