ରାଜ୍ୟରେ ବଢୁଛି ମହିଳା ହିଂସା, ଦାରିଙ୍ଗବାଡ଼ିରେ ବିଜେଡିର ସଭା-ଶୋଭାଯାତ୍ରା, ବ୍ରାହ୍ମଣୀ ଗାଁ ପୋଲିସକୁ…

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବିଜେଡି ପକ୍ଷରୁ ବ୍ରାହ୍ମଣୀଗାଁଠାରେ ବିଭିନ୍ନ ଦାବି ନେଇ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ବ୍ରାହ୍ମଣୀଗାଁ ପୋଲିସକୁ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ବିଜେଡି ଯୁବ ଛାତ୍ର ସଂଗଠନର ଜିଲା ସମ୍ପାଦକ ବାବୁନି ପଣ୍ଡା କହିଛନ୍ତି। ବ୍ରାହ୍ମଣୀଗାଁ କଲେଜରୁ ବିରାଟ ଶୋଭାଯାତ୍ରାରେ କଲେଜର ଛାତ୍ରୀଛାତ୍ରଙ୍କ ସମେତ ବିଜେଡି ଯୁବ ଛାତ୍ର ସଂଗଠନର ଶତାଧିକ କର୍ମକର୍ତ୍ତା ମାନେ ପ୍ରଥମେ ସଭା ଓ ପରେ ଶୋଭାଯାତ୍ରାରେ ବାହାରି ବ୍ରାହ୍ମଣୀଗାଁ ଥାନାରେ ପହଞ୍ଚିଥିଲେ । ସେଠାରେ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଆଇଆଇଆସି ବିଜୟ କୁମାର ହାଇବୁରୁ ଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ସେମାନଙ୍କ ଅଭିଯୋଗ ଯେ ରାଜ୍ୟରେ ଅବାଧରେ ନାରୀ ନିର୍ଯାତନା ବଢିବାରେ ଲାଗିଛି ମହିଳାଙ୍କ ପ୍ରତି ଅସଦାଚରଣ, ଅପହରଣ, ବଳାତ୍କାର, ଗଣବଳାତ୍କାର, ହତ୍ୟା ଭଳି ପ୍ରତିଦିନ ଘଟଣା ଘଟିବା ସହ ବିଭିନ୍ନ ଗଣମାଧ୍ୟମରେ ଶିରୋନାମା ପାଲଟିଛି। ନିୟମିତ ଭାବେ ଏହିଭଳି ହୃଦୟ ବିଦାରକ ଘଟଣାମାନ ଲୋକଲୋଚନକୁ ଆସୁଥିବାରୁ, ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ଯେଉଁଥିଲାଗି ଛାତ୍ରୀ ଓ ମହିଳାମାନେ ଏକୁଟିଆ ଘରୁ ବାହାରିବାକୁ ନିରାପଦ ମଣୁ ନାହାନ୍ତି ବୋଲି ସ୍ମାରକପତ୍ରରେ ଉଲ୍ଲେଖ କରିଛନ୍ତି। ତେବେ ଗୋପାଳପୁର, ବାଲେଶ୍ୱର ଫକୀର ମୋହନ ବିଶବିଦ୍ୟାଳୟ ଘଟଣା, ପୁରୀ ଜିଲା ବଳଙ୍ଗା ଘଟଣା ଆଦି ସମ୍ପର୍କରେ ରାଜ୍ୟ ସରକାର ନ୍ୟାୟ ପ୍ରଦାନରେ ଅହେତୁକ ବିଳମ୍ବ କରୁଥିବା ଅଭିଯୋଗ ହୋଇଛି। ଜିଲା ଯୁବ ସଭାପତି ବିଷ୍ଣୁ ଚରଣ ମଲ୍ଲିକଙ୍କ ସମେତ ଜିଲା ଛାତ୍ର ସଭାପତି ସୁନିଲ ସେଠୀ, ବ୍ଲକ ଯୁବ ସଭାପତି ରଞ୍ଜନ କୁମର ପ୍ରଧାନ,ଜିଲା ସମ୍ପାଦକ ବାବୁନି ପଣ୍ଡା, ବ୍ଲକ କାର୍ଯ୍ୟକାରୀ ସଭାପତି ଦୀଲିପ ପ୍ରଧାନ, ଜିଲା ସଂପାଦକ ଦୀପକ ବିଷୋୟୀଙ୍କ ସମେତ ବିରଞ୍ଚି ବିଷୋୟୀ, ବସନ୍ତ ପ୍ରଧାନୀ, କିଶୋର ନାୟକ, ରମେଶ ମାଝି, ଲଙ୍କେଶ୍ୱର ପୂଜାରୀ , ଚିତ୍ରସେନ ପାତ୍ର ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?