ମହିଳା ନିର୍ଯାତନାରେ ୧ ନମ୍ବର: ଗର୍ଜିଲା ଭାଜପା ମହିଳା ମୋର୍ଚ୍ଚା

ଜୁନାଗଡ଼,୧୧।୯(ଡି.ଏନ.ଏ.) ଏନ୍‌ସିଆର୍‌ବି ରିପୋର୍ଟ ୨୦୨୧ ଅନୁଯାୟୀ ମହିଳା ନିର୍ଯାତନାରେ ଓଡିଶା ୧ ନମ୍ବର ସ୍ଥାନ ରହିଥିବାରୁ ରାଜ୍ୟ ସରକାରଙ୍କ ବିରୋଧରେ ଭାଜପା ଜିଲା ମହିଳା ମୋର୍ଚ୍ଚା ପକ୍ଷରୁ ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପରେ ମା’ ଲଙ୍କେଶ୍ୱରୀ ମନ୍ଦିରରୁ ଦଳୀୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା କରାଯାଇଥିଲା। ଗଁାକୁ କାମ, ମା’ଙ୍କୁ ସମ୍ମାନ କହି ରାଜ୍ୟ ସରକାର ଡିଣ୍ଡିମ ପିଟୁଥିବାବେଳେ ଏହା କ’ଣ ତାହାର ବାସ୍ତବିକ ଚିତ୍ର ବୋଲି ମହିଳା ମୋର୍ଚ୍ଚା ପ୍ରଶ୍ନ ଉଠାଇଛି।

ବିଜେଡି ଶାସନରେ ମହିଳାମାନେ ବିପଦରେ ରହିଛନ୍ତି, ଯାହାର ଉଦାହରଣ ଏନ୍‌ସିଆରବି ରିପୋର୍ଟରୁ ଜଳଜଳ ହୋଇ ଦେଖାଯାଉଛି। ମହିଳାମାନଙ୍କୁ ଯଦି ରାଜ୍ୟ ସରକାର ସୁରକ୍ଷା ପ୍ରଦାନ ନ କରନ୍ତି, ତାହା ହେଲେ ଆଗାମୀ ଦିନରେ ଭାଜପା ମହିଳା ମୋର୍ଚ୍ଚା ଜିଲା ସମେତ ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି। ଜିଲା ସଭାନେତ୍ରୀ ନିରୁପମା ନାଏକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ଉପସଭାନେତ୍ରୀ ସୋଭାଗିନୀ ପାତ୍ର, ସନ୍ତୋଷୀ ଦାସ, ଯାଜ୍ଞସିନୀ ମହାନନ୍ଦ, ଜିଲା ସମ୍ପାଦିକା କାଞ୍ଚନ ବାଗ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କୁନ୍ତି ପାଲ, ବୋରିଆ ମଣ୍ଡଳ ସଭାନେତ୍ରୀ ଦେବକୀ ସିନ୍ଦୁର, ଜିଲା କାର୍ଯ୍ୟକାରିଣୀ ସଦସ୍ୟା ସଂଯୁକ୍ତା ମହତୀ, ରୀନା ଭାଟି, କାଉନସିଲର ମଞ୍ଜୁଲତା ସେଠୀ, ମାଧବୀ ବାଗ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ଏମ୍‌ପି ପ୍ରତିନିଧି ଚନ୍ଦ୍ର ହାସ୍ୟ ବିଶ୍ୱାଳ, ଭବାନୀଶଙ୍କର ଠାକୁର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri