ଟିକାକରଣକୁ ନେଇ ଏସ୍‌ସିବିରେ ଉତ୍ତେଜନା

କଟକ ଅଫିସ, ୨୭ା୬: ଏସ୍‌ସିବି ମେଡିକାଲ ଟିକାକେନ୍ଦ୍ରରେ ଶନିବାର ସକାଳେ ଟିକାକରଣକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା। ଏସ୍‌ସିବି ମେଡିକାଲ ପକ୍ଷରୁ ଅନ୍‌ଲାଇନରେ ବୁକିଂ କରିଥିବା ବ୍ୟକ୍ତିଙ୍କ ସମେତ ସିଧାସଳଖ ଆସିଥିବା ଲୋକଙ୍କୁ ପଞ୍ଜୀକରଣ କରାଯାଇ ଟିକା ଦିଆଯାଇଥିଲା। ତେବେ ଟିକା ନେବା ପାଇଁ ଦେଢ଼ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ ଜମିଥିଲା। ଏହାକୁ ନେଇ ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ଭିଡ ନିୟନ୍ତ୍ରଣ କରିଥିଲା।

ଏସ୍‌ସିବି ମେଡିକାଲରେ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ପ୍ରଥମ ଡୋଜ୍‌ ଏବଂ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ଟିକା ଦିଆଯାଇଥିଲା। ସେହିପରି ଅନ୍‌ଲାଇନ୍‌ରେ ବୁକିଂ କରିଥିବା ଲୋକଙ୍କ ସମେତ ସିଧାସଳଖ ଆସିଥିବା ଲୋକେ ଟିକା ନେବା ପାଇଁ ଭିଡ ଜମାଇଥିଲେ। ଏପରି କି ସେମାନେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଭୁଲି ଯାଇଥିଲେ। ତେବେ ଏସ୍‌ସିବି କର୍ତ୍ତୃପକ୍ଷ ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଅପରାହ୍ନ ୩ଟା ପରେ ଟିକା ଦିଆଯିବା ପାଇଁ କହିବା ପରେ ଭିଡ କମିଥିଲା। ଏନେଇ ଏସ୍‌ସିବି ମେଡିକାଲ ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା କହିଛନ୍ତି, ଟିକାକୁ ନେଇ ଏବେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ହୋଇଛି। କରୋନା ମହାମାରୀରୁ ବଞ୍ଚିବା ପାଇଁ ଟିକା ଏକମାତ୍ର ବିକଳ୍ପ ବୋଲି ଲୋକେ ବୁଝିଲେଣି। ଶନିବାର ଏସ୍‌ସିବିରେ ଅନ୍‌ଲାଇନ୍‌ ପଞ୍ଜୀକରଣ ସହିତ ସିଧାସଳଖ ଆସିଥିବା ଲୋକଙ୍କୁ ଅଫ୍‌ଲାଇନ୍‌ରେ ଏକକାଳୀନ ଟିକା ଦିଆଯାଉଥିବାରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷରେ କଟକ ମହାନଗର ନିଗମ(ସିଏମ୍‌ସି) ଏନ୍‌ଫୋର୍ସମେଣ୍ଟ ଅଧିକାରୀ ପରେଶ କୁମାର ନାୟକ କହିଛନ୍ତି, ଏସ୍‌ସିବି ମେଡିକାଲ, ସିଡ଼ିଏ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଚାଉଳିଆଗଞ୍ଜ, ବିଡାନାସୀ ଟିକାକେନ୍ଦ୍ର ସମେତ ମୋଟ୍‌ ୧୬ଟି ଟିକାକେନ୍ଦ୍ରରେ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌କୁ ମିଶାଇ ୫୫୦୦ ଲୋକଙ୍କୁ ଟିକା ଦିଆଯାଇଛି। ସେଥିମଧ୍ୟରୁ କେବଳ ଏସ୍‌ସିବିରେ ୧୪ ଶହ ଓ ବିଡାନାସୀ ଟିକା କେନ୍ଦ୍ରରେ ୪୭୦ ଜଣ ବସ୍ତିବାସିନ୍ଦାଙ୍କୁ ଟିକା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri