ଉପନିର୍ବାଚନ ପୂର୍ବରୁ ହିଂସା: ହୋଟେଲରେ ପଶି ସଂଘବଦ୍ଧ ଆକ୍ରମଣ, ୨ ଗୁରୁତର, ୫ ଗିରଫ

ବାଲେଶ୍ୱର ଅଫିସ,୨।୧୧-ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟଗ୍ରହଣ ହେବ। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରବିବାର ମଧ୍ୟରାତିରେ ଦୁଇ ପ୍ରମୁଖ ଦଳର କର୍ମୀଙ୍କ ମଧ୍ୟରେ ନିର୍ବାଚନୀ ହିଂସା ଦେଖାଦେଇଛି। ଗୋଟିଏ ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ ଅନ୍ୟ ଗୋଷ୍ଠୀର ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିଛି। ଆହତ ୨ଜଣଙ୍କୁ ପ୍ରଥମେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଉପନିର୍ବାଚନ ପ୍ରଚାର ପାଇଁ ଅନ୍ୟ ଜିଲାର ବହୁ ନେତା ଚାନ୍ଦିପୁର ଥାନା ଅଧୀନ ଏକ ଘରୋଇ ହୋଟେଲରେ ରହିଥିଲେ। ନିର୍ବାଚନ ଆଚରଣ ବିଧି ରବିବାର ଅପରାହ୍ନ ୫ଟାରୁ ଲାଗୁ ହେବା ପରେ ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ିଯିବାର ନିୟମକୁ ମାନି ନ ଥିଲେ। ଏହାକୁ ଗୋଟିଏ ଗୋଷ୍ଠୀ ଅଭିଯୋଗ କରିବା ପରେ ଦୁଇ ରାଜନୈତିକ ଦଳ ମଧ୍ୟରେ ବଚସା ଓ ପରେ ଗଣ୍ଡଗୋଳ ହୋଇଥିଲା। ସ୍ଥାନୀୟ ଚାନ୍ଦିପୁର ଥାନା ଆଇଆଇସି ପ୍ରଭୁ କଲ୍ୟାଣ ଆଚାର୍ଯ୍ୟଙ୍କ କହିବାନୁସାରେ, ନିର୍ବାଚନ ଆଚରଣ ବିଧି ନିୟମ ଅନୁସାରେ ଚାନ୍ଦିପୁରସ୍ଥିତ ହୋଟେଲଗୁଡିକରେ ଥିବା ରାଜନୈତିକ ବ୍ୟକ୍ତିମାନଙ୍କୁ ଚାଲିଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବହୁ ଦୂରରୁ ଆସିଥିବା କେତେଜଣ ବ୍ୟକ୍ତିଙ୍କ ଯିବାରେ ବିଳମ୍ବ ହୋଇଥିଲା। ମଧ୍ୟରାତ୍ର ସମୟରେ କେତେଜଣ ବ୍ୟକ୍ତି ହୋଟେଲ ଛାଡୁଥିବା ବେଳେ ସ୍ଥାନୀୟ ଏକ ରାଜନୈତିକ ଦଳର ଲୋକମାନେ ଏହାକୁ ବିରୋଧ କରିଥିଲେ। ଫଳରେ ପାଟିତୁଣ୍ଡ ଓ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଚାନ୍ଦିପୁର ପଞ୍ଚାୟତ ସମିତିସଭ୍ୟ ସଞ୍ଜୁ ଦଳେଇ ଏବଂ ଚମ୍ପୁଆ ଅଞ୍ଚଳରୁ ଆସିଥିବା ବିଜେଡି ନେତା ହରିଭକ୍ତ କୁନାଗିରି ଉଭୟେ ଏହି ଗଣ୍ଡଗୋଳରେ ଗୁରୁତର ହୋଇଥିଲେ। ଖବରପାଇ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା। ଏନେଇ ଚାନ୍ଦିପୁର ଥାନାରେ ଏକ ମାମଲା (ନଂ. ୧୦୬/୨୦୨୦) ରୁଜୁ କରାଯାଇ ୫ଜଣଙ୍କୁ ଗିରଫ କରାଯାଇଛି। ଉତ୍ତେଜନାକୁ ଆଖି ଆଗରେ ରଖି ଉକ୍ତ ଅଞ୍ଚଳରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri