Posted inଜାତୀୟ

ତୃଣମୂଳ ନେତାଙ୍କ ହତ୍ୟାକୁ ନେଇ ହିଂସାକାଣ୍ଡ: ଭାଜପା ନେତାଙ୍କ ଘରେ ବୋମା ବିସ୍ଫୋରଣ କଲେ ଦୁବୃର୍ତ୍ତ

କୋଲକତା,୨୩।୬:ପଞ୍ଚାୟତ ନିର୍ବାଚନକୁ ନେଇ ପଶ୍ଚିମବଙ୍ଗରେ ହିଂସା ଜାରି ରହିଛି। ପୁରୁଲିଆରେ ଯେଉଁଠାରେ ତୃଣମୂଳ କଂଗ୍ରେସ ନେତାଙ୍କୁ ହତ୍ୟା କରାଯାଇଥିଲା ସେଠାରେ ଭାଜପା ନେତାଙ୍କ ଘରେ ଅଗ୍ନିକାଣ୍ଡ ଓ ବୋମା ବିସ୍ଫୋରଣ ହୋଇଛି।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗଳାର ପୁରୁଲିଆ ଜିଲାରେ ତୃଣମୂଳ ନେତାଙ୍କ ହତ୍ୟାକୁ ବିରୋଧ କରି ଶୁକ୍ରବାର ଦିନ ତାଙ୍କ ସମର୍ଥକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଏହି ମାମଲାରେ ଶୁକ୍ରବାର ଦୁଇ ଜଣଙ୍କୁ ଗିରଫ କରାଯାଇଥିଲା। ଏନେଇ ପୋଲିସ ସୂଚନା ଦେଇଛି। ପୋଲିସ ଅଧିକାରୀ କହିଛନ୍ତି, ଏହି ହତ୍ୟାରେ ସିଧାସଳଖ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଆମେ ଗିରଫ କରିଛୁ। ଏହି ଅଞ୍ଚଳର ସିସିଟିଭି ଫୁଟେଜରୁ ଜଣାପଡିଛି ଯେ ତିନି କିମ୍ବା ଅଧିକ ଲୋକ ଏଥିରେ ସମ୍ପୃକ୍ତ ଥାଇପାରନ୍ତି। ଆମେ ସେମାନଙ୍କୁ ଖୋଜିବା ଆରମ୍ଭ କରିଛୁ।

ସେପଟେ ଉତ୍ତର ୨୪ ପରଗାନା ଜିଲାର ବାଙ୍ଗାଓଁରେ ଜଣେ ଭାଜପା ନେତାଙ୍କ ଘରେ ବୋମା ବିସ୍ଫୋରଣ ହୋଇଥିବା ଅଭିଯୋଗ ହୋଇଛି। ନେତାଙ୍କ ଘରେ ତୃଣମୂଳ ସମର୍ଥକ ବୋମା ଫିଙ୍ଗିଥିବା ଅଭିଯୋଗ ହୋଇଛି। ଏନେଇ ସେ ସ୍ଥାନରେ ଉତ୍ତେଜନା ଲାଗି ରହିଛି। ବାଙ୍ଗାଓଁ ଉତ୍ତର ପ୍ରଦେଶର ଭାଜପା ବିଧାୟକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ଏହି ଅଭିଯୋଗକୁ ତୃଣମୂଳ ଖଣ୍ଡନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri