ମଣିପୁରରେ ନିର୍ବାଚନୀ ହିଂସା, ଜଣେ ମୃତ

ଇମ୍ଫାଲ,୫।୩: ମଣିପୁରର ୨୨ଟି ବିଧାନସଭା ଆସନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ସକାଳୁ ଭୋଟରମାନେ ଲମ୍ବା ଲାଇନ୍‌ରେ ଆସି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ କରୋଙ୍ଗ ବିଧାନସଭା ଆସନରେ ନିର୍ବାଚନୀ ହିଂସା ଘଟିଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଭୋଟ ଦେବା ସମୟରେ ହିଂସା ଘଟିବାରୁ ସୁରକ୍ଷାକର୍ମୀ ଗୁଳି ଚଳାଇଥିଲେ। ସେହି ସମୟରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେହିପରି ଇମ୍ଫାଲର ପଶ୍ଚିମ ଜିଲାର ଲାମ୍ପେଲ ଅଞ୍ଚଳରେ କିଛି ଦୁର୍ବୃତ୍ତ ଭାଜପା ନେତା ସି. ବିଜୟଙ୍କ ବାସଭବନରେ ଉପରେ ବୋମା ଫିଙ୍ଗିଥିବା ଜଣାପଡ଼ିଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ। ସୂଚନା ମୁତାବକ, ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହେବାର କିଛି ଘଣ୍ଟା ପୂର୍ବରୁ ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବା ପୋଲିସ କହିଛି। ଦୁଇଜଣ ମୁଖାପିନ୍ଧା ଦୁର୍ବୃତ୍ତ ଦୁଇ ଚକିଆ ଯାନରେ ଆସି ଏହି ବିସ୍ଫୋରଣ ଘଟାଇଥିଲେ। ତେବେ ଏଥିରେ କେହି ଆହତ ହୋଇ ନ ଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ମଣିପୁରରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ୧୦ଟି ଜିଲାର ୨୨ଟି ଆସନରେ ଭୋଟଗ୍ରହଣ ଚାଲିଛି। ୯୨ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର। ତେବେ ସକାଳ ୧୧ଟା ପର୍ଯ୍ୟନ୍ତ ମଣିପୁରରେ ୨୮.୨୦ ପ୍ରତିଶତ ମତଦାନ ହୋଇଛି। ଯାହା ୨୦୧୭ ତୁଳନାରେ ୧୬.୮୦ ପ୍ରତିଶତ କମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?