Posted inଜାତୀୟ

ହରିୟାଣାରେ ଧର୍ମୀୟ ଶୋଭାଯାତ୍ରା ବେଳେ ହିଂସା

ନୂଆଦିଲ୍ଲୀ,୧।୮: ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୋଦାଲ ଡିଏସ୍‌ପି ସାଜ୍ଜନ ସିଂଙ୍କ ମୁଣ୍ଡରେ ଗୁଳି ବାଜିଥିବାବେଳେ ଜଣେ ଇନ୍ସପେକ୍ଟରଙ୍କ ପେଟରେ ଗୁଳି ବାଜିଛି। ଉତ୍ତ୍ୟକ୍ତ ଲୋକେ ୪ଟି ଗାଡ଼ି ଓ ଗୋଟିଏ ଦୋକାନ ଜାଳିଦେଇଛନ୍ତି। ବିକ୍ଷୋଭକାରୀମାନେ ଦୀର୍ଘସମୟ ଧରି ରାସ୍ତା ଅବରୋଧ କରିଥିଲେ। ଶାନ୍ତି ରକ୍ଷା ପାଇଁ କଂଗ୍ରେସ ନେତା ଭୂପିନ୍ଦର ସିଂ ହୁଡ଼ା ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ହରିୟାଣା ଗୃହମନ୍ତ୍ରୀ ଅନିଲ ଭିଜ୍‌ ମଧ୍ୟ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ୍‌ କରିଛନ୍ତି।
ମୁସଲମାନ ବହୁଳ ନୁହ ଅଞ୍ଚଳରେ ଶୋଭାଯାତ୍ରା ଯାଉଥିବାବେଳେ ଗୋଟିଏ ଗୋଷ୍ଠୀ ପକ୍ଷରୁ ପ୍ରବଳ ଟେକାମାଡ଼ ହୋଇଥିଲା। ଗୋରକ୍ଷକ ତଥା ଭିଓ୍ବାନି ମୃତ୍ୟୁ ମାମଲାର ଅଭିଯୁକ୍ତ ମୋନୁ ମାନେସାର ମଓ୍ବୋତ୍‌ ଅଞ୍ଚଳକୁ ଆସିଥିବାର ଖବର ପ୍ରକାଶ ପାଇବା ପରେ ହିଂସାକାଣ୍ଡ ଆରମ୍ଭ ହୋଇଯାଇଥିଲା। ଭୟରେ ଗୁରୁଗ୍ରାମ ନିକଟରେ ଥିବା ଏକ ମନ୍ଦିରାରେ ପ୍ରାୟ ୨,୫୦୦ ପୁରୁଷ, ମହିଳା ଓ ପିଲା ଆଶ୍ରୟ ନେଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ କରିବା ସହ ଫାଙ୍କା ଗୁଳିଚାଳନା କରିଛି। ଉତ୍ତେଜନା ଲାଗି ରହିଥିବାରୁ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯିବା ସହ ୧୪୪ ଧାରା ଜାରି ହୋଇଛି।
ଖବର ଅନୁଯାୟୀ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବ୍ରଜମଣ୍ଡଳ ଜଳାଭିଷେକ ଯାତ୍ରା କରାଯାଉଥିବାବେଳେ ଗୁରୁଗ୍ରାମ-ଅଲଓ୍ବାର ଜାତୀୟ ରାଜପଥରେ ଗୋଟିଏ ଗୋଷ୍ଠୀ ଏହାକୁ ଅଟକାଇବା ସହ ଶୋଭାଯାତ୍ରା ଉପରକୁ ଟେକାମାଡ଼ କରିଥିଲା। ଉତ୍ତେଜନା ବଢ଼ିବା ସହ ସରକାରୀ ଓ ଘରୋଇ ଗାଡ଼ିଗୁଡ଼ିକୁ ଟାର୍ଗେଟ କରାଯିବା ସହ କେତେକରେ ନିଆଁ ଲଗାଇଦିଆଯାଇଥିଲା। ଧର୍ମୀୟ ଶୋଭାଯାତ୍ରାରେ ଭାଗନେଇଥିବା ୨,୫୦୦ ଲୋକ ନୁଲ୍‌ହାର ମହାଦେବ ମନ୍ଦିରରେ ଆଶ୍ରୟ ନେଇଛନ୍ତି। ବଜାରଙ୍ଗ ଦଳର ଜଣେ କର୍ମୀଙ୍କ ବିବାଦୀୟ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ ହେବା ପରେ ସଂଘର୍ଷ ଦେଖାଦେଇଥିଲା। ବହୁ ଅପରାଧରେ ସମ୍ପୃକ୍ତ ମୋନୁ ମାନେସାର ଓ ତାଙ୍କ ସହଯୋଗୀ ଯାତ୍ରା ବେଳେ ମଓ୍ବୋତ୍‌ରେ ରହିବେ ବୋଲି ଭିଡିଓରେ ଉଲ୍ଲେଖ ଥିଲା। ଯାତ୍ରାରେ ସେମାନଙ୍କୁ ଦେଖିଥିବା କେତେଜଣ ଦାବି କରୁଥିବାବେଳେ ଏହାକୁ ନେଇ ସଂଘର୍ଷର ସୂତ୍ରପାତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?