Posted inଜାତୀୟ

ପଶ୍ଚିମବଙ୍ଗ ପୌର ନିର୍ବାଚନ ବେଳେ ହିଂସା

କୋଲକାତା,୨୮।୨ : ପଶ୍ଚିମବଙ୍ଗର ୧୦୮ ପୌର ସଂସ୍ଥା ପାଇଁ ରବିବାର ସକାଳେ ଆରମ୍ଭ ହୋଇଥିବାବେଳେ କେତେକ ସ୍ଥାନରେ ହିଂସାକାଣ୍ଡ ଘଟିବା ସହ ବୁଥ୍‌ ଜବରଦଖଲ ଓ ଜାଲ୍‌ ଭୋଟିଂ ଅଭିଯୋଗ ହୋଇଛି। ଫଳରେ ବିଭିନ୍ନ ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଛି। ଜାଙ୍ଗିପୁରରେ ବିଭିନ୍ନ ଦଳର ସମର୍ଥକମାନଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ମୁର୍ଶିଦାବାଦର ବରହମ୍‌ପୁର ସହରରେ ପଶ୍ଚିମବଙ୍ଗ କଂଗ୍ରେସ ସଭାପତି ତଥା ସ୍ଥାନୀୟ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ ଭୋଟ ଦେବାକୁ ଯାଉଥିବାବେଳେ ତାଙ୍କୁ କେତେଜଣ ଟିଏମ୍‌ସି କର୍ମୀ ଅଟକାଇଥିଲେ। ଦୁଇଟି ଜିଲାରେ ପୋଲିସ ଉପରେ ଆକ୍ରମଣ ହୋଇଛି। ତେବେ ହିଂସାକାଣ୍ଡରେ କାହାର ମୃତ୍ୟୁ ଘଟିନାହିଁ। ଅପରାହ୍ନ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।
ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଦ୍ୱାରା ବୁଥ୍‌ ରିଗିଂ ହେଉଥିବା ଅଭିଯୋଗ କରି ଉତ୍ତର ଦିନାଜପୁର ଜିଲାର ଡଲଖୋଲାଠାରେ କଂଗ୍ରେସ ସମର୍ଥକମାନେ ୧୨ ନମ୍ବର ଜାତୀୟ ରାଜପଥ ଅବରୋଧ କରିବା ସହ ପୋଲିସ ଉପରକୁ ଟେକାମାଡ଼ କରିଥିଲେ। ଏଥିରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡ଼ାଇବାକୁ ପୋଲିସ ଲାଠିଚାଳନା କରିବା ସହ ଲୁହବୁହା ବାଷ୍ପ ଛାଡ଼ିଥିଲା। ସେହିପରି ମୁର୍ଶିଦାବାଦ ଜିଲାର ଧୁଲିୟାନ୍‌ଠାରେ ଲୋକେ ୩ଟି ବୁଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଥିଲେ। ଏହି ଘଟଣାରେ ୭ ଜଣଙ୍କୁ ଗିରଫ କରାଯିବା ସହ କେତେକ ବୋମା ଜବତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri