ହୋଣ୍ଡୁରାସରେ ହିଂସା ତେଜିଲା, ଗୋଟିଏ ରାତିରେ ୨୦ରୁ ଅଧିକ ମୃତ୍ୟୁ, କର୍ଫ୍ୟୁ ଘୋଷଣା କଲେ ରାଷ୍ଟ୍ରପତି…

ଓ୍ବାଶିଂଟନ,୨୬।୬ : କେନ୍ଦ୍ରୀୟ ଆମେରିକାରେ ଅବସ୍ଥିତ ହୋଣ୍ଡୁରାସରେ ହିଂସା ବୃଦ୍ଧି ପାଇବାରେ ଲାଗିଛି। ପୃଥକ ପୃଥକ ଆକ୍ରମଣରେ ଗୋଟିଏ ରାତିରେ ୨୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ସରକାର ରବିବାର ଦୁଇଟି ଉତ୍ତର ସହରରେ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏଡଗାର୍ଡୋ ବାରହୋନା କହିଛନ୍ତି ଉତ୍ତର ବିନିର୍ମାଣ ସହର ଚୋଲୋମା ପଡ଼ିଆରେ ଥିବା ଏକ ବିଲିୟର୍ଡ ହଲରେ ଶନିବାର ରାତିରେ ସଶସ୍ତ୍ର ଲୋକମାନେ ଗୁଳି ଚଳାଇଥିଲେ। ଯେଉଁଠାରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ସମୟରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ଶନିବାର ଦିନ ଉତ୍ତର ଭାଲେ ଦେ ସୁଲା ଅଞ୍ଚଳରେ ଶିଳ୍ପ ସହରରେ ସାନ ପେଡ୍ରୋ ସୁଲାରେ ଅତିକମରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ସେ କହିଛନ୍ତି।

ସହରରେ ବୃଦ୍ଧି ପାଉଥିବା ହିଂସାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଜିଆମାରା କାଷ୍ଟ୍ରୋ ତୁରନ୍ତ କର୍ଫ୍ୟୁ ଘୋଷଣା କରିଛନ୍ତି। ତୁରନ୍ତ ପ୍ରଭାବ ସହିତ ଚୋଲୋମାରେ ରାତି ୯ ଟାରୁ ଭୋର ୪ ଟା ପର୍ଯ୍ୟନ୍ତ ୧୫ ଦିନିଆ କର୍ଫ୍ୟୁ ଘୋଷଣା କରାଯାଇଛି । ଏଥି ସହିତ ସାନ ପେଡ୍ରୋ ସୁଲାରରେ କର୍ଫ୍ୟୁ ଜୁଲାଇ ୪ ରୁ କାର୍ଯ୍ୟକାରୀ ହେବ।

କାଷ୍ଟ୍ରୋ କହିଛନ୍ତି ହିଂସାକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଅଭିଯାନ, ଚଢ଼ାଉ, ଅବରୋଧ କରାଯାଇଛି। ଚୋଲୋମା ହତ୍ୟାକାଣ୍ଡ ପାଇଁ ଦାୟୀ ବ୍ୟକ୍ତିଙ୍କ ଚିହ୍ନଟ ତଥା ସୂଚନା ପାଇଁ ଏହା ୩୨,୭୦୭ ଡଲାରର ନଗଦ ପୁରସ୍କାର ଘୋଷଣା କରାଯାଇଛି। ଯୁଦ୍ଧର ମୁକାବିଲା ପାଇଁ ଡିସେମ୍ବରରୁ ହୋଣ୍ଡୁରାସର କିଛି ଅଂଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri