ବ୍ରିଟେନ୍‌ରେ ହିିଂସା: କଠୋର କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲଣ୍ଡନ,୪ା୮: ବ୍ରିଟେନରେ ପ୍ରବାସୀ ବିରୋଧୀ କଠୋର ଜାତୀୟତାବାଦୀ ସଂଗଠନଗୁଡ଼ିକ ପକ୍ଷରୁ ହିଂସାତ୍ମକ ସଂଘର୍ଷ ଓ ଅଶାନ୍ତି ଲାଗିରହିଥିବା ବେଳେ ପୋଲିସ୍‌ ଶତାଧିକ ଲୋକଙ୍କୁ ଗିରଫ କରିଛି। ହିଂସାକାଣ୍ଡ ଘଟାଉଥିବା ଉଗ୍ରବାଦୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମର ନିର୍ଦ୍ଦେଶ ଦେଇଛନ୍ତି।

ଶରଣାର୍ଥୀମାନେ ଆଶ୍ରୟ ନେଇଥିବା ଏକ ହୋଟେଲରେ ବିକ୍ଷୋଭକାରୀ ଭଙ୍ଗାରୁଜା କରିବା ସହ କେତେକ ଦୋକାନରେ ନିଆଁ ଲଗାଇଦେଇଛନ୍ତି। ଲିଭରପୁଲ୍‌, ହୁଲ୍‌, ବ୍ରିଷ୍ଟଲ, ଲିଡ୍ସ, ବ୍ଲାକପୁଲ୍‌, ଷ୍ଟୋକ୍‌-ଅନ୍‌-ଟ୍ରେଣ୍ଟ, ବେଲ୍‌ପାଷ୍ଟ, ନଟ୍ଟିଙ୍ଗ୍‌ହାମ ଏବଂ ମଞ୍ଚେଷ୍ଟରରେ ପୋଲିସ ଏବଂ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ବିଶୃଙ୍ଖଳ ଓ ହିଂସା ପାଇଁ ବିକ୍ଷୋଭକାରୀଙ୍କୁ ମୂଲ୍ୟ ଦେବାକୁ ପଡ଼ିବ ବୋଲି ବ୍ରିଟେନ୍‌ ଗୃହ ସଚିବ ୟବେଟେ କୁପର ଚେତାବନୀ ଦେଇଛନ୍ତି। ପୋଲିସର ଦୃଢ଼ କାର୍ଯ୍ୟାନୁଷ୍ଠାନ ପ୍ରତି ସରକାରଙ୍କ ପୂର୍ଣ୍ଣ ସମର୍ଥନ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri